Posted inଜାତୀୟ

ହଠାତ୍‌ ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସୁରକ୍ଷା ବଢ଼ାଇଲା ଦିଲ୍ଲୀ ପୋଲିସ, କି ବିପଦ ପଡ଼ିଲା?

ନୂଆଦିଲ୍ଲୀ,୪।୭: ଦିଲ୍ଲୀ ପୋଲିସ ପକ୍ଷରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ବିରୋଧୀ ଦଳର ଏହି ନେତାଙ୍କ ଆବାସ ବାହାରେ ସାମରିକ ବାହିନୀର ଏକ ଟିମ୍‌ ଏବଂ ଦିଲ୍ଲୀ ପୋଲିସର ଅନେକ ଟିମ୍‌ ନିୟୋଜିତ ହୋଇଛନ୍ତି। ମଙ୍ଗଳବାର ଦକ୍ଷିଣପନ୍ଥୀ ଗୋଷ୍ଠୀ ଦ୍ୱାରା ବିଶୃଙ୍ଖଳିତ କାର୍ଯ୍ୟକଳାପ ନେଇ ଗୁପ୍ତ ସୂଚନା ମିଳିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

କ’ଣ ରହିଛି ବିପଦ?
ଦକ୍ଷିଣପନ୍ଥୀ କାର୍ଯ୍ୟକର୍ତ୍ତାମାନେ ରାହୁଲଙ୍କ ବାସଭବନ ବାହାରେ ପ୍ଲାକାର୍ଡ କିମ୍ବା ହୋର୍ଡିଂ ଧରି ବିକ୍ଷୋଭ କରିପାରନ୍ତି ବୋଲି ପୋଲିସ ଆଶଙ୍କା କରୁଛି। ଏଣୁ ଦିଲ୍ଲୀ ପୋଲିସକୁ ତାଙ୍କ ବାସଭବନ ଆଖପାଖରେ ୨୪ ଘଣ୍ଟିଆ ଦୃଷ୍ଟି ରଖିବାକୁ କୁହାଯାଇଛି। ରାହୁଲଙ୍କୁ ସିଆର୍‌ପିଏଫ୍‌ କର୍ମଚାରୀଙ୍କ ଅଧୀନରେ ଏଲ୍‌ ବର୍ଗ ସହ ଜେଡ୍‌ ପ୍ଲସ୍‌ ସୁରକ୍ଷା ଦିଆଯାଉଛି।

ରାହୁଲଙ୍କ ‘ହିନ୍ଦୁ’ ବୟାନକୁ ନେଇ ବିବାଦ:
ଲୋକ ସଭାରେ ବିରୋଧୀ ଦଳ ନେତା ଭାବେ ରାହୁଲ ନିଜର ପ୍ରଥମ ଭାଷଣରେ ଭାଜପାକୁ କଟାକ୍ଷ କରି ବିବାଦକୁ ଆସିଛନ୍ତି। ସେ କହିଥିଲେ, ଯେଉଁମାନେ ନିଜକୁ ହିନ୍ଦୁ ବୋଲିକହୁଛନ୍ତି ସେମାନେ ଦିନରାତି ହିଂସା ଏବଂ ଘୃଣା କରନ୍ତି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗମ୍ଭୀର ବିଷୟ ବୋଲି କହିଥିଲେ। ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଏହି ବୟାନକୁ ନେଇ ରାହୁଲଙ୍କୁ କ୍ଷମା ମାଗିବାକୁ ଦାବି କରିଥିଲେ।

ରାହୁଲଙ୍କ ବୟାନକୁ ବିରୋଧ:
ରାହୁଲଙ୍କ ଭାଷଣ ବିରୋଧରେ ଉକ୍ତ ଦିନ ଅହମ୍ମଦାବାଦର ଗୁଜରାଟ କଂଗ୍ରେସ ମୁଖ୍ୟାଳୟ ରାଜୀବ ଗାନ୍ଧୀ ଭବନରେ କଂଗ୍ରେସ ଏବଂ ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ବୁଧବାର ରାହୁଲଙ୍କ ବୟାନକୂ ନେଇ ଭାଜପା ନେତା ଏବଂ କର୍ମୀମାନେ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ଏପରିକି ତାଙ୍କଠାରୁ କ୍ଷମା ମାଗିଥିଲେ। ଉକ୍ତ ବିକ୍ଷୋଭକାରୀ ଜୟସଲମର୍‌ ହାଉସ୍‌ ନିକଟରେ ଏକାଠି ହୋଇ ରାହୁଲ ଏବଂ କଂଗ୍ରେସ ବିରୋଧରେ ସ୍ଲୋଗାନ ଦେଇ ଆକବର ରୋଡ୍‌ରେ ଥିବା କଂଗ୍ରେସ ମୁଖ୍ୟାଳୟ ଆଡକୁ ଯିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?