ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ଘରେ ପହଞ୍ଚିଲା ବିଦ୍ରୋହ ନିଆଁ: ୪୦ହଜାର ଟନ୍‌ ଡିଜେଲ ପଠାଇଲା ଭାରତ

କଲମ୍ବୋ,୬।୪: ସୁନାର ଲଙ୍କା ଏବେ କାଙ୍ଗାଳ ହେବାରେ ଲାଗିଛି। ଖାଦ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ ପର୍ଯ୍ୟନ୍ତ ସବୁ ମହଙ୍ଗା ହୋଇଛି। ପରିସ୍ଥିତି ଏଭଳି ହେଲାଣି ଯେ, ସେଠାକାର ଲୋକେ ଏବେ ଅନ୍ୟ ଦେଶଗୁଡ଼ିକରେ ଶରଣ ନେଉଛନ୍ତି। ସାମ୍ପ୍ରତିକ ପରିସ୍ଥିତି ଅନୁଯାୟୀ ବର୍ତ୍ତମାନ ଦେଶର ଘୋର ଅର୍ଥନୈତିକ ଓ ରାଜନୈତିକ ସଙ୍କଟ ଦେଖାଦେଇଛି। ରାଷ୍ଟ୍ରପତିଙ୍କୁ ହଟାଇବାକୁ ପୁରା ଦେଶ ଦାବି କରୁଥିବା ବେଳେ କିନ୍ତୁ ଗୋଟାବାୟା ରାଜପାକ୍‌ସେ ପୁଣିଥରେ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। କିନ୍ତୁ ଶ୍ରୀଲଙ୍କାର ପୁରା କ୍ୟାବିନେଟ ସାମୂହିକ ଭାବେ ଇସ୍ତଫା ଦେଇସାରିଛି। ଏହାପରେ ନୂତନ ଅର୍ଥମନ୍ତ୍ରୀ ନିଯୁକ୍ତ ହୋଇଥିଲେ ମଧ୍ୟ ୨୪ ଘଣ୍ଟା ମଧ୍ୟରେ ସେ ମଧ୍ୟ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କୁ ପଠାଇଦେଇଛନ୍ତି। ଏଥିସହ କାମଚଳା ସରକାର ଗଠନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ଯେତେବେଳେ ଜନ ବିଦ୍ରୋହର ନିଆଁ ଶାସକମାନଙ୍କ ଘରକୁ ପହଞ୍ଚିଲା ସେତେବେଳେ ସେମାନେ ଅନୁଭବ କଲେ ଯେ, ଏହି ସମସ୍ୟା ଉପରେ ଆଲୋଚନା କରିବା ଆବଶ୍ୟକ। ବର୍ତ୍ତମାନ ରାଜପାକ୍‌ସେଙ୍କ ସରକାର ସଂସଦରେ ସାମ୍ପ୍ରତିକ ପରିସ୍ଥିତିକୁ ନେଇ ବିତର୍କ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ଦିନ ଧରି ସଂସଦରେ ଏହି ବିଷୟରେ ଆଲୋଚନା ହେବ। ଅନ୍ୟପଟେ ଇତିହାସର ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ଭାରତ ପକ୍ଷରୁ ସହାୟତାର ହାତ ବଢ଼ିଛି। ପୂର୍ବରୁ ଆର୍ଥିକ ସହାୟତା ସହ ଖାଦ୍ୟ ଯୋଗାଇଥିବା ବେଳେ ଏବେ ଭାରତ ସରକାର ଶ୍ରରଲଙ୍କାକୁ ୪୦ହଜାର ଟନ୍‌ ଡିଜେଲ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri