Posted inଜାତୀୟ

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ ଯାଇଛି। ଫଳରେ ଖାଦ୍ୟ ସାମଗ୍ରୀ, ଇନ୍ଧନ ଏବଂ ଔଷଧ ଭଳି ଅତ୍ୟାବଶ୍ୟକ ଜିନିଷ ଆମଦାନୀରେ ସମସ୍ୟା ଉପୁଜିଛି। ଏଭଳି ପରିସ୍ଥିତିରେ ଭାରତ ପଡୋଶୀ ଦେଶ ଶ୍ରୀଲଙ୍କାକୁ ସବୁ ଦିଗରେ ସାହାଯ୍ୟ କରୁଛି।

ଜାଫନା ସହରରେ ୭୦୦ ଧୀବରଙ୍କୁ ସାହାଯ୍ୟ କରିବା ପାଇଁ ଭାରତ ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଛି। ଜାଫନାରେ ଥିବା କନସୁଲେଟ ଜେନେରାଲ ରାକେଶ ନଟରାଜ ଟୁଇଟ୍‌ କରି କହିଛନ୍ତି ଯେ ଶ୍ରୀଲଙ୍କାର ମତ୍ସ୍ୟ ମନ୍ତ୍ରୀ ଡଗଲାସ ଦେବାନନ୍ଦଙ୍କ ଉପସ୍ଥିତିରେ ଡେଲଫ୍ଟ, ନୈନାଟିଭୁ, ଇଲାୱାଇଟିଭୁ ଏବଂ ଆନାଲିଟିଭୁର ୭୦୦ ଧୀବରଙ୍କ ପାଇଁ ଏସବୁ କିରୋସିନକୁ ଭାରତରୁ ପଠାଯାଇଛି।

ଭାରତର ଏଭଳି ସହାୟତା ଯୋଗୁ ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରେମସିଂହ ଟୁଇଟ୍‌ କରି କୃତଜ୍ଞତା ଜଣାଇଛନ୍ତି। ଦୁଇ ଦିନ ପୂର୍ବେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରେମିସିଂହେ ତାଙ୍କ ଦେଶକୁ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଭାରତର ସହାୟତାକୁ ପ୍ରଶଂସା କରିଥିଲେ। ଦେଶର ସଙ୍କଟ ସମୟରେ ଭାରତ ଦ୍ୱାରା ଶ୍ରୀଲଙ୍କାକୁ ଯୋଗାଇ ଦିଆଯାଇଥିବା ସହାୟତାକୁ ସେ ପ୍ରଶଂସା କରିବା ସହିତ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri