ଆଫଗାନିସ୍ତାନକୁ କରୋନା ଭ୍ୟାକ୍ସିନ ପଠାଇଲା ଭାରତ

ମୁମ୍ବାଇ,୭ ।୨: ପୁଣିଥରେ ମାନବିକତାର ପରିଚୟ ଦେଇଛି ଭାରତ । କରୋନା ମହାମାରୀକୁ ନେଇ ସାରା ବିଶ୍ୱର ମେରୁଦଣ୍ଡ ଦୋହଲି ଯାଇଥିବା ବେଳେ ଏବେବି ମାନବିକତାର ପରିଚୟ ଦେଇ ଆଫଗାନିସ୍ତାନକୁ କରୋନା ଟିକା ଦେଇଛି ଭାରତ । ରବିବାର ମୁମ୍ବାଇ-ଦିଲ୍ଲୀ-କାବୁଲ ଏୟାର ଇଣ୍ଡିଆ ବିମାନ ଯୋଗେ ଭାରତରୁ କରୋନା ଭ୍ୟାକ୍ସିନ ଆଫଗାନିସ୍ତାନ ପଠାଯାଇଛି । ଗତ ମାସରେ ବି ୫ ଲକ୍ଷ ଡୋଜ କରୋନା ଭ୍ୟାକ୍ସିନ ଭାରତଠାରୁ ଆଫଗାନିସ୍ତାନ ଗ୍ରହଣ କରିଥିଲା । କରୋନାକୁ ଦୂର କରିବା ପାଇଁ ଭାରତରେ ପ୍ରସ୍ତୁତ ୨ଟି ଭ୍ୟାକ୍ସିନକୁ ଜରୁରୀ ପରିସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ମିଳିବା ପରେ ପ୍ରଥମେ ଏହା ଦେଶରେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯାଇଛି । ଏହାପରେ ଭାରତ ବନ୍ଧୁତ୍ୱ ସୂତ୍ରରେ ଭୁଟାନ, ମାଲଦିଭିସ, ନେପାଳ, ମ୍ୟାନମାର ଓ ବାଂଲାଦେଶକୁ ବି କିଛି କିଛି ଭ୍ୟାକ୍ସିନ ଯୋଗାଇ ଦେଇଛି । ଏହାସହ ଭାରତରେ ପ୍ରାୟ ଆଉ ୫-୬ଟି ଭ୍ୟାକ୍ସିନ ପ୍ରସ୍ତୁତି କାମ ଚାଲିଛି । ସୂଚନାଯୋଗ୍ୟ, ଚାଇନାର ଉହାନ ସହରରୁ ପ୍ରଥମେ କରୋନା ମହାମାରୀ ଆରମ୍ଭ ହେବା ପରେ ଏହା ସାରା ବିଶ୍ୱକୁ ବ୍ୟାପି ଯାଇଥିଲା । ଏହାର କବଳରେ ଏବେବି ଆମେରିକା ଭଳି ବିକାଶଶୀଳ ଦେଶର ମେରୁଦଣ୍ଡ ଏକ ପ୍ରକାର ଦୋହଲି ଯାଇଛି କହିଲେ ଚଳେ ।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri