Posted inଖେଳ

ଅର୍ଶଦୀପ-ବରୁଣଙ୍କ ଚକ୍ରବ୍ୟୁହରେ ଫସିଗଲା ଇଂଲଣ୍ଡ, ଭାରତକୁ ମିଳିଲା ୧୩୩ ରନ୍‌ର ଟାର୍ଗେଟ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ଭାରତକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଦଳ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୩ ଉଇକେଟ ହାସଲ କରିଥିବା ବେଳେ ଅର୍ଶଦୀପ ସିଂ ୨ ଏବଂ ଅକ୍ଷର ପଟେଲ ମଧ୍ୟ ୨ ଉଇକେଟ ନେଇଛନ୍ତି।

ବିସ୍ଫୋରକ ବ୍ୟାଟିଂ ଲାଗି ଜଣାଶୁଣା ଇଂଲଣ୍ଡ ଟିମ୍‌ ପାଓ୍ବାର ପ୍ଲେରେ ମାତ୍ର ୭୪ ରନ୍‌ କରିପାରିଥିଲେ। ଅପରପକ୍ଷେ ଭାରତୀୟ ବୋଲରମାନେ ପ୍ରଭାବୀ ବୋଲିଂ ଜାରି ରଖିଥିଲେ। ଶେଷରେ ଦଳ ମାତ୍ର ୧୩୨ ରନ୍‌ ସ୍କୋରରେ ଅଲଆଉଟ୍‌ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଜୋସ୍‌ ବଟଲର୍‌ ସର୍ବାଧିକ ୬୮ ରନ୍‌ କରିଥିଲେ। ତାଙ୍କ ବ୍ୟତିତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଅର୍ଦ୍ଧଶତକ ଯାଏ ପହଞ୍ଚି ପାରି ନ ଥିଲେ।

କୋଲକାତାର ଇଡେନ୍‌ ଗାର୍ଡେନରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇ ଥିଲେ। ତେବେ ଭାରତ ଏକାଦଶରେ ଅଭିଷେକ ଶର୍ମା, ସଞ୍ଜୁ ସାମସନ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରିଙ୍କୁ ସିଂହ, ନୀତିଶ କୁମାର ରେଡ୍ଡୀ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଅର୍ଶଦୀପ ସିଂହ, ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ମିଳିଛି। ପୂର୍ବରୁ ମହମ୍ମଦ ଶାମିଙ୍କୁ ସାମିଲ କରାଯାଇପାରେ ବୋଲି ଆଲୋଚନା ହେଉଥିବା ବେଳେ ତାହା ହୋଇନାହିଁ, ଯାହାକି କ୍ରିକେଟ ପ୍ରଶଂସକଙ୍କୁ ଚକିତ କରିଛି। ସେ ଅଭ୍ୟାସ କରୁଥିବା ଦେଖାଯାଇଥିଲା। ହେଲେ ସେ ଫଲୋ ଥ୍ରୁ ସମୟରେ ଅସହଜ ଅନୁଭବ କରୁଛନ୍ତି। ଏଣୁ ସେ ବୋଲିଂ ଲାଗି ସମ୍ପୂର୍ଣ୍ଣ ଭାବେ ଫିଟ୍‌ ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri