Posted inଖେଳ

ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ

ଦୁବାଇ,୨୩।୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍‌ ଦୁବାଇ ଆନ୍ତର୍ଜାତିକ କ୍ରିକେଟ ଷ୍ଟାଡିୟମରେ ରବିବାର ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୪୧ ରନ୍‌ କରିଛି। ଫଳରେ ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ପାକିସ୍ତାନ।

ପାକିସ୍ତାନ ପକ୍ଷରୁ ସେଦି ଶକିଲ ସର୍ବାଧିକ ୬୨ ରନ୍‌ କରିଥିବା ବେଳେ ମହମ୍ମଦ ରିଜ୍‌ୱାନ ୪୬ ରନ୍‌ କରିଥିଲେ। ସେହିପରି ଇମାମ ଉଲ୍‌ ହକ୍‌ ୧୦ ରନ୍‌ କରିଥିବା ବେଳେ ବାବର୍‌ ଆଜମ୍‌ ୨୩ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ସଲ୍‌ମାନ ଆଘା ୧୯ ରନ୍‌ କରିଥିବା ବେଳେ ଖୁସଦି ଶାହା ୩୮ ରନ୍‌, ନସିମ ଶାହା ୧୪ ରନ୍‌ କରିଥିଲେ। ଫଳରେ ପାକିସ୍ତାନ ୨୪୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଭାରତ ପକ୍ଷରୁ କୁଲ୍‌ଦୀପ ଯାଦବ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅକ୍ଷର ପଟେଲ ୨ଟି ଲେଖାଏ ଉଇକେଟ ନେଇଥିଲେ। ସେହିପରି ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?