Posted inଜାତୀୟ

ଶାହାଙ୍କ ସମ୍ପତ୍ତି ୩୬ କୋଟି, ହେଲେ କୌଣସି କାର୍‌ ନାହିଁ

ଗାନ୍ଧୀନଗର, ୨୧।୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ଆସନରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶାହା ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ ତାଙ୍କର ସମୁଦାୟ ୩୬ କୋଟି ଟଙ୍କାର ସମ୍ପତ୍ତି ରହିଛି। ଶାହାଙ୍କର ୨୦ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଥିବାବେଳେ ୧୬ କୋଟି ଟଙ୍କାର ସ୍ଥାବର ସମ୍ପତ୍ତି ରହିଛି। ସେହିପରି ତାଙ୍କ ପାଖରେ ନଗଦ ୨୪ ହଜାର ୧୧୪ ଟଙ୍କା ଓ ୭୨ ଲକ୍ଷ ଟଙ୍କାର ଅଳଙ୍କାର ରହିଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷରେ ଶାହାଙ୍କ ବାର୍ଷିକ ଆୟ ୭୫.୦୯ ଲକ୍ଷ ଟଙ୍କା ରହିଥିଲା। ଏମ୍‌ପି ଭାବେ ପାଉଥିବା ଦରମା, ଘର ଓ ଜମି ଭଡା ଏବଂ ଚାଷ କାର୍ଯ୍ୟ ଆଦି ତାଙ୍କ ଆୟର ଉତ୍ସ ହୋଇଥିବା ଶାହା ନିଜ ସତ୍ୟପାଠରେ ଦର୍ଶାଇଛନ୍ତି। ତେବେ ତାଙ୍କର କୌଣସି କାର୍‌ ନାହିଁ ବୋଲି ଏହି ସତ୍ୟପାଠରେ ଶାହା ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri