ଯୁବତୀଙ୍କୁ ମାଡ଼ ମାରିଲେ ଘର ମାଲିକଙ୍କ ୨ ପୁଅ

ଭୁବନେଶ୍ୱର,୫।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଖାରବେଳନଗରସ୍ଥିତ ପ୍ଲଟ ନଂ-୨୨କୁ ଭଡ଼ାରେ ନେଇଥିବା ଘର ଖାଲି କରିବାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି। ଭଡ଼ାରେ ରହୁଥିବା ଯୁବତୀ ଓ ମାଲିକଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯୁବତୀଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଘଟଣାରେ ଖାରବେଳନଗର ଥାନା ପୋଲିସ ଘର ମାଲିକଙ୍କ ଦୁଇ ପୁଅଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ପ୍ରକାଶ ପ୍ରଧାନ (୨୯) ଓ ପ୍ରଦ୍ୟୁମ୍ନ ପ୍ରଧାନ (୪୨)। କୋର୍ଟଚାଲାଣ ପରେ ଅଭିଯୁକ୍ତଦ୍ୱୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ଝଗଡା ବେଳର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି।
ପୋଲିସ ସୂଚନାନୁଯାୟୀ, ପୀଡ଼ିତା ଅଭିଯୋଗକାରିଣୀ ପ୍ଲଟ ନଂ-୨୨ର ତଳମହଲାରେ ଏକ ଘର ନେଇ ୨ବର୍ଷ ହେବ ରହୁଛନ୍ତି। ସେ ଏକ ସଂସ୍ଥାରେ ସେଲ୍ସମ୍ୟାନ ଭାବେ କାମ କରୁଥିବାବେଳେ ଭଡ଼ା ଟଙ୍କା ଦେବାରେ ଅନିୟମିତତା କରିବାରୁ ଘର ଛାଡ଼ିଦେବାକୁ ମାଲିକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ତାଙ୍କୁ ତାଗିଦ୍‌ କରୁଥିଲେ। ହେଲେ ଅଗ୍ରିମ ଭଡ଼ା ବାବଦକୁ ୩୦ ହଜାର ଟଙ୍କା ଦେଇଥିବାବେଳେ ଉକ୍ତ ଟଙ୍କା ଫେରାଇଲେ ସେ ଘର ଛାଡ଼ିବେ ବୋଲି ପୀଡ଼ିତା ଜଣଙ୍କ କହିଥିଲେ। ଏହାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ଥାନାରେ ଦୁଇ ମାମଲା ମଧ୍ୟ ରହିଛି। ସୋମବାର ମାଲିକଙ୍କ ସ୍ତ୍ରୀଙ୍କୁ ଯୁବତୀ ଜଣଙ୍କ ଗାଳିଗୁଲଜ କରିଥିବା ଅଭିଯୋଗ ପରେ ପୋଲିସ ଆଉ ଏକ ମାମଲା ରୁଜୁ କରିଥିଲା। ମଙ୍ଗଳବାର ସକାଳ ପ୍ରାୟ ୭ଟା ୩୦ରୁ ୮ଟା ୩୦ ମଧ୍ୟରେ ରୁମ୍‌ ପରିସରରେ ପୁଣି ଝଗଡ଼ା ଉଗ୍ରରୂପ ନେଇଥିଲା। ପୀଡ଼ିତା ଯୁବତୀ ଓ ତାଙ୍କ ରୁମମେଟ୍‌ଙ୍କ ମଧ୍ୟରେ ମାଲିକ ପ୍ରଫୁଲ୍ଲ ଏବଂ ତାଙ୍କ ଦୁଇପୁଅଙ୍କ ଝଗଡ଼ା ହୋଇଥିଲା। ଏହି ସମୟରେ ଯୁବତୀ ଓ ତାଙ୍କ ସାଥୀମାନଙ୍କୁ ଅଭିଯୁକ୍ତମାନେ ଟଣାଓଟରା କରିବା ସହ ଅସଦାଚରଣ କରି ମାଡ଼ ମାରିଥିଲେ। ଏନେଇ ଯୁବତୀଙ୍କ ଏତଲା ଆଧାରରେ ଖାରବେଳନଗର ଥାନା ପୋଲିସ ଏକ ମାମଲା (ନଂ.୫୩୦/୨୦୨୪) ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri