Posted inଖେଳ

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ ଦଳର କୋଚ୍‌ ମାଇକ ହେସନ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ କିଛି ପରାମର୍ଶ ଦେଇଛନ୍ତି। ଭାରତୀୟ ଦଳ ଅଭିଜ୍ଞ ରୋହିତ ଶର୍ମାଙ୍କ ସହ ଶୁବମନ ଗିଲଙ୍କୁ ଓପନିଂ କରାଇବ। କିନ୍ତୁ ତାଙ୍କ ମତରେ ରୋହିତଙ୍କ ସହ ମୟଙ୍କ ଅଗ୍ରଓ୍ବାଲଙ୍କୁ ଓପନିଂ ଲାଗି ବାଛିବା ଦରକାର। କାରଣ ସେ ନ୍ୟୁଜିଲାଣ୍ଡରେ ନ୍ୟୁଜିଲାଣ୍ଡ ଆକ୍ରମଣର ସମ୍ମୁଖୀନ ହୋଇଛନ୍ତି। ସେଠାରୁ ସେ ଅଭିଜ୍ଞତା ହାସଲ କରିଥିବେ।

କୋଭିଡ୍‌-୧୯ କଟକଣା କାରଣରୁ ଭାରତୀୟ ଦଳ ପାଖରେ ପ୍ରସ୍ତୁତି ପାଇଁ କମ୍‌ ସମୟ ରହିଛି। ଅନ୍ୟପକ୍ଷରେ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ଇଂଲଣ୍ଡ ସହ ଦୁଇଟି ଟେଷ୍ଟ ଖେଳୁଥିବାରୁ ନ୍ୟୁଜିଲାଣ୍ଡ ବେଶ୍‌ ଫାଇଦାରେ ରହିବ। ତେବେ ଏଥିସହ ହେସନ ଏକମତ ନୁହନ୍ତି। ୪ ଦିନର ବ୍ୟବଧାନରେ ୩ଟି ଟେଷ୍ଟ ମ୍ୟାଚ୍‌ ଖେଳିବା ଏକ ସମସ୍ୟା। ବୋଲିଂ ଆକ୍ରମଣ ଉପରେ ଆମକୁ ନଜର ରଖିବାକୁ ପଡ଼ୁଛି। ଏହି କାରଣରୁ ଟ୍ରେଣ୍ଟ ବୋଲ୍ଟ ପ୍ରଥମ ମ୍ୟାଚ୍‌ ଖେଳି ନ ଥିଲେ ବୋଲି ହେସନ କହିଛନ୍ତି। ଏହାବାଦ୍‌ ଟିମ୍‌ ଇଣ୍ଡିଆ ୩ ପେସରଙ୍କ ସହ ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜାଙ୍କୁ ଖେଳାଇବା ଦରକାର। କାରଣ ନ୍ୟୁଜିଲାଣ୍ଡ ଦଳରେ ୫ ବାମହାତୀ ଓ ୬ ଡାହାଣହାତୀ ବ୍ୟାଟ୍ସମ୍ୟାନ ରହିଛନ୍ତି। ୫ ପ୍ରମୁଖ ବୋଲର ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରନ୍ତି ବୋଲି ମତ ଦେଇଛନ୍ତି ୪୬ ବର୍ଷୀୟ ହେସନ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?