Posted inଜାତୀୟ

ଭାରତ ବନ୍ଦ ଡାକରା: ପ୍ରଭାବିତ ହେବ ଏସବୁ ସେବା

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା ରାଷ୍ଟ୍ର ବିରୋଧୀ ଏବଂ କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ଏଥିରେ ବ୍ୟାଙ୍କିଙ୍ଗ୍‌, ବୀମା, ଡାକସେବାଠାରୁ ଆରମ୍ଭ କରି ଖଣି, ରାଜପଥ ଏବଂ ନିର୍ମାଣ କାର୍ଯ୍ୟ, ପରିବହନ କାର୍ଯ୍ୟରେ ନିୟୋଜିତ ୨୫ କୋଟିରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଶ୍ରମିକ ସାମିଲ ହେବାକୁ ଥିବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇପାରେ। ବନ୍ଦ ଯୋଗୁ ଜନସେବା କ୍ଷେତ୍ର ସର୍ବାଧିକ ପ୍ରଭାବିତ ହେବା ଆଶଙ୍କା କରାଯାଉଥିବାବେଳେ ଶିକ୍ଷାନୁଷ୍ଠାନ ଓ ଘରୋଇ କାର୍ଯ୍ୟାଳୟ ଖୋଲା ରହିବ।
ଭାରତ ବନ୍ଦ ଯୋଗୁ ବ୍ୟାଙ୍କିଙ୍ଗ୍‌ ଓ ଆର୍ଥତ୍କ ସେବା, ପୋଷ୍ଟାଲ ସେବା, କୋଇଲା ଖଣି ଖନନ ଏବଂ ଶିଳ୍ପାଞ୍ଚଳ ଶାଖା, ରାଜ୍ୟ ପରିଚାଳିତ ପରିବହନ ସେବା ପ୍ରଭାବିତ ହେବ। ସେହିପରି ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ), ବିଭିନ୍ନ ସରକାରୀ ବିଭାଗ ଉପରେ ମଧ୍ୟ ବନ୍ଦ୍‌ର ପ୍ରଭାବ ପଡ଼ିବ। ତେବେ ବନ୍ଦ ପାଳନ ବେଳେ ସ୍କୁଲ୍‌ ଓ କଲେଜ ଖାଲା ରହିବ। ଘରୋଇ କାର୍ଯ୍ୟାଳୟଗୁଡ଼ିକ ସ୍ବାଭାବିକ କାର୍ଯ୍ୟ କରିବାକୁ ଥିବାବେଳେ ଟ୍ରେନ୍‌ ଚଳାଚଳ ବିଳମ୍ବିତ ହୋଇପାରେ ବୋଲି କୁହାଯାଇଛି।
ରିପୋର୍ଟ ଅନୁଯାୟୀ, ପଣ୍ଡିଚେରି ଏବଂ ତାମିଲନାଡୁରେ ସମ୍ପୂର୍ଣ୍ଣ ବନ୍ଦ ହେବାକୁ ଥିବାରୁ ବସ୍‌ ସମେତ ସାଧାରଣ ପରିବହନ ସେବା ବାଧାପ୍ରାପ୍ତ ହେବ। ତେଣୁ ସେଠାରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ମଧ୍ୟ ବନ୍ଦ ରଖିବାକୁ କୁହାଯାଇଛି।

ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ୍‌ ନାମରେ କେନ୍ଦ୍ର ସରକାର ଆର୍ଥତ୍କ ନୀତି ଏବଂ ଶ୍ରମ କ୍ଷେତ୍ରରେ ସଂସ୍କାର କାର୍ଯ୍ୟକାରୀ କରିବା ପାଇଁ ଯାଉଛନ୍ତି, ଯାହା ଶ୍ରମିକ କର୍ମଚାରୀଙ୍କ ଅଧିକାରକୁ ଦୁର୍ବଳ କରିବା ସହ ସେମାନଙ୍କ ସାମୂହିକ ମୂଲଚାଲ କ୍ଷମତାକୁ ସଂକୁଚିତ କରିବ ଓ କାର୍ଯ୍ୟକ୍ଷେତ୍ର ଅଧିକ ଖରାପ ହେବ ବୋଲି ୟୁନିୟନଗୁଡ଼ିକ ଅଭିଯୋଗ କରିଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ସରକାରୀ ସେବାର ଘରୋଇକରଣ, ଆଉଟ୍‌ସୋର୍ସିଂ ନୀତି, ଶ୍ରମଶକ୍ତିର ଠିକାଦାରିତା ଆଦି ବିରୋଧରେ ଟ୍ରେଡ୍‌ ୟୁନିୟନଗୁଡ଼ିକ ଦୀର୍ଘଦିନ ହେଲା ଲଢ଼େଇ କରିଆସୁଛନ୍ତି। ପାର୍ଲାମେଣ୍ଟରେ ଗୃହୀତ ୪ ଲେବର କୋଡ୍‌ ଟ୍ରେଡ୍‌ ୟୁନିୟନଗୁଡ଼ିକର ଆନ୍ଦୋଳନକୁ ଚାପିଦେବା ଓ ପଙ୍ଗୁ କରିଦେବା ପାଇଁ ଉଦ୍ଦିଷ୍ଟ। ଏହାଦ୍ୱାରା କାର୍ଯ୍ୟ ସମୟ ବୃଦ୍ଧି ପାଇବ। କର୍ମଚାରୀଙ୍କ ଧର୍ମଘଟ କରିବା ଅଧିକାର ରହିବ ନାହିଁ ଏବଂ ନିଯୁକ୍ତିଦାତାଙ୍କ ଦ୍ୱାରା ଶ୍ରମ ଆଇନର ଉଲ୍ଲଂଘନକୁ ଅପରାଧମୁକ୍ତ କରାଯିବ ବୋଲି ଫୋରମ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri