Posted inଜାତୀୟ

ଜବାବ ଦେଉଛି INDIA! ପାକିସ୍ତାନ ପାଇଁ ବନ୍ଦ କଲା ଏୟାରସ୍ପେସ୍‌, ଟିକିଏ ଭୁଲ୍‌ କଲେ ଫସିବ…

ନୂଆଦିଲ୍ଲୀ,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ଗୋଟିଏ ସପ୍ତାହ ପରେ ଭାରତ ଏକ NOTAM (ବିମାନ କର୍ମଚାରୀଙ୍କୁ ନୋଟିସ) ଜାରି କରିଛି। ଏଥିରେ ପାକିସ୍ତାନ ଦ୍ୱାରା ପଞ୍ଜିକୃତ, ପରିଚାଳିତ କିମ୍ବା ଲିଜ୍‌ ନେଇଥିବା ସମସ୍ତ ବିମାନ, ବାଣିଜି୍ୟକ ବିମାନ ଏବଂ ସାମରିକ ବିମାନ ପାଇଁ ଏହାର ଆକାଶ ସୀମାକୁ ସୀମିତ କରିଛି। ଏୟାରସ୍ପେସ ବନ୍ଦ କରିବା ପ୍ରକ୍ରିୟା ଏପ୍ରିଲ ୩୦ ରୁ ମେ’ ୨୩, ୨୦୨୫ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।
ଉଲ୍ଲେଖଯୋଗ୍ୟ, ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ପାକିସ୍ତାନ ପ୍ରଥମେ ଭାରତୀୟ ବିମାନ ପାଇଁ ତାର ଏୟାରସ୍ପେସ୍‌(ଆକାଶ ସୀମା)କୁ ବନ୍ଦ କରିଦେଇଥିଲା। ଏବେ ଭାରତର ଏଭଳି ପଦକ୍ଷେପ ପରେ ଆଉ ପାକିସ୍ତାନୀ ବିମାନକୁ ସୀମା ଡେଇଁବାର ସୁଯୋଗ ମିଳିବ ନାହିଁ। ଫଳରେ ଭାରତ ଆନୁଷ୍ଠାନିକ ଭାବରେ ଏହାର ଆକାଶ ସୀମାକୁ ପ୍ରତିବନ୍ଧିତ କରିବା ସହିତ, ପାକିସ୍ତାନୀ ବିମାନ କମ୍ପାନୀଗୁଡ଼ିକୁ କୁଆଲାଲମ୍ପୁର ଭଳି ଦକ୍ଷିଣ-ପୂର୍ବ ଏସୀୟ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପାଇଁ ଚୀନ୍ କିମ୍ବା ଶ୍ରୀଲଙ୍କା ଭଳି ଦେଶ ଦେଇ ଲମ୍ବା ପଥ ନେବାକୁ  ବାଧ୍ୟହେବେ। ଏଭଳି କରାଗଲେ ସେନା ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri