Posted inଜାତୀୟ

ଜବାବ ଦେଉଛି INDIA! ପାକିସ୍ତାନ ପାଇଁ ବନ୍ଦ କଲା ଏୟାରସ୍ପେସ୍‌, ଟିକିଏ ଭୁଲ୍‌ କଲେ ଫସିବ…

ନୂଆଦିଲ୍ଲୀ,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ଗୋଟିଏ ସପ୍ତାହ ପରେ ଭାରତ ଏକ NOTAM (ବିମାନ କର୍ମଚାରୀଙ୍କୁ ନୋଟିସ) ଜାରି କରିଛି। ଏଥିରେ ପାକିସ୍ତାନ ଦ୍ୱାରା ପଞ୍ଜିକୃତ, ପରିଚାଳିତ କିମ୍ବା ଲିଜ୍‌ ନେଇଥିବା ସମସ୍ତ ବିମାନ, ବାଣିଜି୍ୟକ ବିମାନ ଏବଂ ସାମରିକ ବିମାନ ପାଇଁ ଏହାର ଆକାଶ ସୀମାକୁ ସୀମିତ କରିଛି। ଏୟାରସ୍ପେସ ବନ୍ଦ କରିବା ପ୍ରକ୍ରିୟା ଏପ୍ରିଲ ୩୦ ରୁ ମେ’ ୨୩, ୨୦୨୫ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।
ଉଲ୍ଲେଖଯୋଗ୍ୟ, ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ପାକିସ୍ତାନ ପ୍ରଥମେ ଭାରତୀୟ ବିମାନ ପାଇଁ ତାର ଏୟାରସ୍ପେସ୍‌(ଆକାଶ ସୀମା)କୁ ବନ୍ଦ କରିଦେଇଥିଲା। ଏବେ ଭାରତର ଏଭଳି ପଦକ୍ଷେପ ପରେ ଆଉ ପାକିସ୍ତାନୀ ବିମାନକୁ ସୀମା ଡେଇଁବାର ସୁଯୋଗ ମିଳିବ ନାହିଁ। ଫଳରେ ଭାରତ ଆନୁଷ୍ଠାନିକ ଭାବରେ ଏହାର ଆକାଶ ସୀମାକୁ ପ୍ରତିବନ୍ଧିତ କରିବା ସହିତ, ପାକିସ୍ତାନୀ ବିମାନ କମ୍ପାନୀଗୁଡ଼ିକୁ କୁଆଲାଲମ୍ପୁର ଭଳି ଦକ୍ଷିଣ-ପୂର୍ବ ଏସୀୟ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପାଇଁ ଚୀନ୍ କିମ୍ବା ଶ୍ରୀଲଙ୍କା ଭଳି ଦେଶ ଦେଇ ଲମ୍ବା ପଥ ନେବାକୁ  ବାଧ୍ୟହେବେ। ଏଭଳି କରାଗଲେ ସେନା ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri