‘ଶିକ୍ଷା, ଦକ୍ଷତା ବିକାଶକୁ ନେଇ ଭାରତ-ସିଙ୍ଗାପୁର କାମ କରିବେ’

ଭୁବନେଶ୍ୱର ୨୬।୪ (ବ୍ୟୁରୋ): ନୂଆ ଜାତୀୟ ଶିକ୍ଷାନୀତି ଆଧାରରେ ଦେଶର ଯୁବବର୍ଗଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ନିମନ୍ତେ ଶିକ୍ଷା ଓ ଦକ୍ଷତା ପରିସଂସ୍ଥାନର ରୂପାନ୍ତରଣ ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଆଲୋଚନା ହୋଇଛି। ଏହି ଦୁଇ ରାଷ୍ଟ୍ର ଆଗାମୀ ଦିନରେ ଶିକ୍ଷା ସହ ଦକ୍ଷତା ବିକାଶ ପାଇଁ କାମ କରିବେ। ମଙ୍ଗଳବାର ଭୁବନେଶ୍ୱରଠାରେ ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ ପରିପ୍ରେକ୍ଷୀରେ ଭାରତ-ସିଙ୍ଗାପୁର ମଧ୍ୟରେ ଆୟୋଜିତ କର୍ମଶାଳାରେ ଯୋଗଦେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ‘ଫ୍ୟୁଚର ଅଫ୍‌ ୱାର୍କ: ଭାରତ ଓ ସିଙ୍ଗାପୁରର ସ୍କିଲ୍‌ ଆର୍କିଟେକ୍‌ଚର ଓ ଗଭର୍ନାନ୍ସ ମଡେଲ’ ବିଷୟବସ୍ତୁ ଉପରେ ଅନୁଷ୍ଠିତ ଏହି କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ କହିଲେ, ଭାରତ ଓ ସିଙ୍ଗାପୁରର ରଣନୈତିକ ଭାଗୀଦାରିରେ ଦକ୍ଷତା ବିକାଶ ଏବଂ ଜ୍ଞାନ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଦୁଇଦେଶ ମିଳିତ ଭାବରେ କାମ କଲେ ଉଭୟ ରାଷ୍ଟ୍ର ପାଇଁ ଅନେକ ସୁଯୋଗ ରହିଛି। ବିଶେଷକରି ଭବିଷ୍ୟତର ଶ୍ରମବଳ ପ୍ରସ୍ତୁତ କରିବା ଦିଗରେ କାମ କଲେ ଉଭୟ ଦେଶର ଲକ୍ଷ୍ୟ ସଫଳ ହେବ। ଏହି କର୍ମଶାଳାରେ ଭବିଷ୍ୟତର କାର୍ଯ୍ୟଶୈଳୀ ଉପରେ ଭାରତ ଓ ସିଙ୍ଗାପୁର ମଧ୍ୟରେ ୩ଟି ପ୍ରସଙ୍ଗ ଯଥା ଦକ୍ଷତା ପାଇଁ ନୂଆ ପାଠ୍ୟକ୍ରମର ବିକାଶ, ଧନ୍ଦାମୂଳକ ଶିକ୍ଷା, ଉଚ୍ଚଶିକ୍ଷା କ୍ଷେତ୍ରରେ ଦକ୍ଷତା ପରିସଂସ୍ଥାନ ପାଇଁ ଫ୍ରେମ୍‌ୱାର୍କ ଏବଂ ଜୀବନବ୍ୟାପୀ ସ୍କିଲିଂ ପାଇଁ ଆପ୍ରେଣ୍ଟିସଶିପ୍‌ ଏବଂ ଫ୍ରେମ୍‌ୱାର୍କ ପାଇଁ ଆଲୋଚନା କରାଯାଇଥିଲା। ସିଙ୍ଗାପୁର ସରକାରଙ୍କ ଶିକ୍ଷା ତଥା ଦକ୍ଷତା ବିଭାଗର ଅଧିକାରୀ, ବୈଦେଶିକ ବିଭାଗର ଅଧିକାରୀଙ୍କ ସହ ଭାରତ ସରକାରଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟ, ସ୍କୁଲ ଏବଂ ଉଚ୍ଚଶିକ୍ଷା ବିଭାଗ ଜାତୀୟ ଧନ୍ଦାମୂଳକ ଶିକ୍ଷା ଏବଂ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଭିଟି), ପ୍ରଶିକ୍ଷଣ ମହାନିର୍ଦ୍ଦେଶାଳୟ(ଡିଜିଟି), ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆରଟି), କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ), ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ(ଏଆଇସିଟିଇ) ମିଳିତ ଭାବେ ସିଙ୍ଗାପୁର ମଡେଲକୁ ଭାରତୀୟ ଶିକ୍ଷା ବ୍ୟବସ୍ଥାରେ କିପରି ଉପଯୋଗ କରାଯାଇପାରିବ ସେ ନେଇ ଉଭୟ ଦେଶ ଆଲୋଚନା କରିଥିଲେ। ଏ ନେଇ ସିଙ୍ଗାପୁରର ବୈଦେଶିକ ବିଭାଗ ମନ୍ତ୍ରୀଙ୍କ ସହ ମଧ୍ୟ ବିସ୍ତୃତ ଆଲୋଚନା ହୋଇଛି। ସେହିପରି ଭାରତର ଅନେକ ରାଜ୍ୟ ସିଙ୍ଗାପୁର ସହ ଅନୁବନ୍ଧିତ ହୋଇଛନ୍ତି। ତେଣୁ ଭାରତ ଓ ସିଙ୍ଗାପୁର ମିଶି ସ୍କୁଲ ପାଠ୍ୟକ୍ରମରେ ସିଙ୍ଗାପୁର ଆଣିଥିବା ସ୍କିଲିଂ ବିଷୟକୁ ମଧ୍ୟ ଗ୍ରହଣ କରାଯିବ। ଏଆଇସିଟିଇ ଦ୍ୱାରା ପରିଚାଳିତ ଇଞ୍ଜିନିୟରିଂ ଏବଂ ପଲିଟେକନିକ କଲେଜର ଛାତ୍ରୀଛାତ୍ର କିପରି ଦକ୍ଷତା ପରିସଂସ୍ଥାନରେ ଅଧିକ ଯୋଡ଼ିହେବେ ତାହାର ଯୋଜନା କରାଯିବ। ଏହାସହ ବର୍ତ୍ତମାନର ୱାର୍କଫୋର୍ସକୁ ନିରନ୍ତର ରି-ସ୍କିଲିଂ ଏବଂ ଅପ୍‌-ସ୍କିଲିଂ କରାଯିବା ନେଇ ଗୁରୁତ୍ୱ ଦିଆଯାଉଛି। ବିଗତ ଶତାବ୍ଦୀରେ ଅର୍ଥନୀତିର ଦ୍ରୁତ ପ୍ରଗତି କ୍ଷେତ୍ରରେ ସିଙ୍ଗାପୁର ବିଶ୍ୱର ଗୋଟିଏ ମଡେଲ ହୋଇଛି। ଆଣବିକ କ୍ଷେତ୍ରରେ ଭାରତ ଓ ସିଙ୍ଗାପୁର ମିଳିତ ଭାବରେ କାମ କରିବା ଦିଗରେ ଉଦ୍ୟମ ଜାରି ରହିଛି। ଭାରତର ୟୁପିଆଇ ସିଷ୍ଟମକୁ ସିଙ୍ଗାପୁର ସରକାର ଲାଗୁ କରିଛନ୍ତି। ଫଳରେ ଭାରତ ଓ ସିଙ୍ଗାପୁରର ସମ୍ପର୍କ ମଜଭୁତ ହେଉଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। କର୍ମଶାଳାରେ ଭାରତରେ ଅବସ୍ଥାପିତ ସିଙ୍ଗାପୁର ହାଇକମିଶନର ସିମନ ୱଙ୍ଗ୍‌, ସିଙ୍ଗାପୁରର ଉଚ୍ଚଶିକ୍ଷା, ଦକ୍ଷତା ଏବଂ ଶିକ୍ଷା ମନ୍ତ୍ରଣାଳୟର ଉପସଚିବ ମେଲିସା ଖୁ, ଭାରତର ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ମନ୍ତ୍ରଣାଳୟ, ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ସଚିବ ଏବଂ ଶିକ୍ଷା ଓ ଦକ୍ଷତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହାସହ ଭାରତ ଓ ସିଙ୍ଗାପୁରର ଶିକ୍ଷା ଓ ଦକ୍ଷତା କ୍ଷେତ୍ରର ଷ୍ଟେକ୍‌ହୋଲଡର, ଶିକ୍ଷାବତ୍‌ ଓ ଛାତ୍ରୀଛାତ୍ର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri