ଛତିଶଗଡ଼ରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ଟଳିଲେ ୬ ନକ୍ସଲ 

ବିଜାପୁର ,୨୭।୩: ଏନ୍‌କାଉଣ୍ଟରେ ଟଳିପଡ଼ିଲେ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ନକ୍ସଲ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡ଼ିଛି।
ତେବେ ବିଜାପୁରର ଚିପୁରଭାଟି ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ଅପରେସନରେ ଡିଆର୍‌ଜି(ବାସୁଗୁଡ଼ା ଜିଲା ରିଜର୍ଭ ଗାର୍ଡ), ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) ଓ କୋବ୍ରା କମାଣ୍ଡୋ ସାମିଲ ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଜଙ୍ଗଲ ମଧ୍ୟରୁ ନକ୍ସଲମାନେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ଯବାନମାନେ ପାଲଟା ଗୁଳି ଚାଳନା କରିଥିଲେ। ଉଭୟ ପକ୍ଷ ମଧ୍ୟରେ ଦୀର୍ଘ ସମୟ ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ।
ପରେ ଜଙ୍ଗଲରେ ଖୋଜାଖୋଜି କରାଯାଇ ୬ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନକ୍ସଲଙ୍କ ମଧ୍ୟରୁ୨ ମୃତଦେହ ମହିଳାଙ୍କର ବୋଲି ଜଣାଯାଇଛି। ଏହାଛଡ଼ା ଯବାନଙ୍କ ଗୁଳିରେ ଆହୁରି କିଛି ନକ୍ସଲ ଆହତ ହୋଇଛନ୍ତି। ତେବେ ସେମାନଙ୍କୁ ଖୋଜା ଚାଲିଛି। ଏଥିସହ ବହୁ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri