ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପାଇଁ ଦୁଇ ରାଜ୍ୟ ସମାଧାନକୁ ଭାରତ ସମର୍ଥନ କରିଛି। ଜାତିସଂଘର ଏକ ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି, ଦୁଇ ରାଜ୍ୟ ସମାଧାନକୁ ସମର୍ଥନ କରିବାକୁ ଭାରତ ପ୍ରତିଶ୍ରୁତିବଦ୍ଧ। ଫଳରେ ପାଲେଷ୍ଟାଇନର ଲୋକମାନେ ନିରାପଦ ସୀମା ମଧ୍ୟରେ ଏକ ସ୍ବାଧୀନ ଦେଶରେ ରହିପାରିବେ। ମିଳିତ ଜାତିସଂଘରେ ପାଲେଷ୍ଟାଇନର ଆବେଦନକୁ ପୁନଃବିଚାର କରିବା ବିଷୟରେ ସେ କହିଥିଲେ। ଭାରତର ଏହି ପଦକ୍ଷେପ ଇସ୍ରାଏଲ ପାଇଁ ଏକ ଝଟକା ବୋଲି କୁହାଯାଉଥିବାବେଳେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ପାଲେଷ୍ଟାଇନ ରାଜ୍ୟକୁ ବିପଦ ଭାବରେ ଦେଖୁଛନ୍ତି।
ଜାତିସଂଘର ସଦସ୍ୟତା ପାଇଁ ପାଲେଷ୍ଟାଇନ ନିକଟରେ ଆବେଦନ କରିଥିଲା, ଯାହା ଆମେରିକାର ଭିଟୋ କାରଣରୁ ପାସ ହୋଇପାରି ନ ଥିଲା ନାହିଁ। କାମ୍ବୋଜ କହିଛନ୍ତି ଯେ, ଆମେ ଆଶା କରୁଛୁ ଯେ ଉପଯୁକ୍ତ ସମୟରେ ଏହାର ପୁନର୍ବିଚାର କରାଯିବ ଏବଂ ମିଳିତ ଜାତିସଂଘର ସଦସ୍ୟ ହେବା ପାଇଁ ପାଲେଷ୍ଟାଇନର ଉଦ୍ୟମକୁ ସମର୍ଥନ କରାଯିବ।
ଏହି ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ମଧ୍ୟ ହମାସକୁ ନିନ୍ଦା କରିଛନ୍ତି। ଅକ୍ଟୋବର ୭, ୨୦୨୩ରେ ହମାସ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲା। ଆତଙ୍କବାଦକୁ ଯଥାର୍ଥ ବିବେଚନା କରାଯାଇପାରିବ ନାହିଁ ବୋଲି ସେ କହିଛନ୍ତି। ଭାରତ ସର୍ବଦା ଆତଙ୍କବାଦ ବିରୋଧରେ ରହିଆସିଛି। ଆମେ ମଧ୍ୟ ସମସ୍ତ ବନ୍ଧକଙ୍କୁ ସର୍ତ୍ତମୂଳକ ମୁକ୍ତ କରିବାକୁ ଦାବି କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri