Posted inଜାତୀୟ

୧୩୧ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ୨୦୧୮ରେ ଭାରତ ୧୩୦ତମ ସ୍ଥାନରେ ଥିଲା। ଦେଶର ସ୍ବାସ୍ଥ୍ୟ, ଶିକ୍ଷା ଓ ଜୀବନ ଧାରଣ ମାନକୁ ନେଇ ମାନବ ବିକାଶ ସୂଚକାଙ୍କ ପ୍ରସ୍ତୁତ ହୋଇଥାଏ।
ଜାତିସଂଘ ଉନ୍ନୟନ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ଦ୍ୱାରା ପ୍ରସ୍ତୁତ ରିପୋର୍ଟ ଅନୁଯାୟୀ ଜନ୍ମ ସମୟରେ ଭାରତୀୟଙ୍କ ଆୟୁଷ ୬୯.୭ ବର୍ଷ ଆକଳନ କରାଯାଇଛି, ଯାହା ପଡୋଶୀ ବାଂଲାଦେଶଠାରୁ କମ୍‌। ବାଂଲାଦେଶରେ ହାରାହାରି ଆୟୁଷ ୭୨.୬ ବର୍ଷ। ୨୦୧୯ରେ ଭାରତର ଏଚ୍‌ଡିଆଇ ମୂଲ୍ୟ ୦.୬୪୫ ରହିଛି, ଯାହାକି ମଧ୍ୟମ ବିକାଶ ବର୍ଗରେ ଯାଉଛି। ସୂଚକାଙ୍କ ଶୀର୍ଷରେ ନରଓ୍ବେ ଥିବାବେଳେ ଏହା ପଛକୁ ଆୟର୍ଲାଣ୍ଡ, ସ୍ବିଜରଲାଣ୍ଡ, ହଂକଂ ଓ ଆଇସ୍‌ଲାଣ୍ଡ ରହିଛନ୍ତି। ରିପୋର୍ଟ ଅନୁଯାୟୀ ଭାରତ, କାମ୍ବୋଡିଆ, ଥାଇଲାଣ୍ଡର ଶିଶୁ ଅଧିକ କୁପୋଷଣର ଶିକାର ହୋଇଥାନ୍ତି। ଭାରତରେ ପୁଅ ଅପେକ୍ଷା ଝିଅଙ୍କୁ ମାଆବାପା ଅବହେଳା କରୁଥିବାରୁ ସେମାନଙ୍କଠାରେ ଅଧିକ କୁପୋଷଣ ଦେଖାଯାଇଥାଏ। ଜଳବାୟୁ ପରିବର୍ତ୍ତନର ପ୍ରଭାବ ମଧ୍ୟ ପିଲାମାନଙ୍କ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ।
ରିପୋର୍ଟ ଅନୁଯାୟୀ କ୍ରୟଶକ୍ତି ସମାନତା ଆଧାରରେ ଭାରତରେ ମୁଣ୍ଡପିଛା ଆୟ ୨୦୧୮ରେ ୬,୮୨୯ ଡଲାର ଥିଲାବେଳେ ୨୦୧୯ରେ ୬,୬୮୧ ଡଲାରକୁ ହ୍ରାସ ପାଇଛି। ଆର୍ଥତ୍କ ନିରାପତ୍ତା ଓ ଜମି ମାଲିକାନା ମହିଳାମାନଙ୍କ ସୁରକ୍ଷାକୁ ବଢ଼ାଇବା ସହ ଲିଙ୍ଗଗତ ହିଂସା ହ୍ରାସ କରିଥାଏ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri