Posted inଖେଳ

ଭାରତ ତୃତୀୟ ସ୍ଥାନକୁ ଖସିଲା

ଦୁବାଇ,୧୨ା୫: ସଦ୍ୟ ପ୍ରକାଶିତ ଆଇସିସି ପୁରୁଷ ଅନ୍ତର୍ଜାତୀୟ ଦିନିକିଆ ର଼୍ୟାଙ୍କିଙ୍ଗ ଟିମ୍‌ ତାଲିକାରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନ ଅଧିକାର କରିଛି। ଅଷ୍ଟ୍ରେଲିଆ ପୂର୍ବଭଳି ପ୍ରଥମ ସ୍ଥାନରେ ରହିଛି। ବାର୍ଷିକ ଅପ୍‌ଡେଟ୍‌ରେ ୫ ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆର ରେଟିଂ ପଏଣ୍ଟ ୧୧୩ରୁ ୧୧୮କୁ ବୃଦ୍ଧି ପାଇଛି। ଭାରତ (୧୧୫ ପଏଣ୍ଟ) ଓ ପାକିସ୍ତାନ (୧୧୬ ପଏଣ୍ଟ) ମଧ୍ୟରେ ପଏଣ୍ଟ ବ୍ୟବଧାନ ମାତ୍ର ୧ ପଏଣ୍ଟ ରହିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ପ୍ରକାଶିତ ପ୍ରେସ୍‌ ଇସ୍ତାହାର ଅନୁସାରେ ବାର୍ଷିକ ର଼୍ୟାଙ୍କିଙ୍ଗ ଅପ୍‌ଡେଟ୍‌ ପୂର୍ବରୁ ଡେସିମାଲ ହିସାବରେ ଭାରତ ଆଗରେ ଅଷ୍ଟ୍ରେଲିଆ ୧୧୩ ପଏଣ୍ଟ ସହ ଶୀର୍ଷରେ ରହିଥିଲା। ପାକିସ୍ତାନ ୧୧୨ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଥିଲା। ମାତ୍ର ଚଳିତ ମାସରେ ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆରେ ବିଜୟ ଲାଭ କରିବା ପରେ ପାକିସ୍ତାନ ସାମୟିକ ଭାବେ ନମ୍ବର ଓ୍ବାନ ସ୍ଥାନ ଅଧିକାର କରି ନେଇଥିଲା। ପାକିସ୍ତାନ ଯଦି ନ୍ୟୁଜିଲାଣ୍ଡ ବିପକ୍ଷରେ ୫-୦ରେ ବିଜୟ ହାସଲ କରିଥାନ୍ତା ତେବେ ବର୍ତ୍ତମାନ ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିପାରିଥାନ୍ତା। ର଼୍ୟାଙ୍କିଙ୍ଗ ତାଲିକାରେ ପ୍ରଥମ ଓ ତୃତୀୟ ସ୍ଥାନରେ ରହିଥିବା ଦଳ ମଧ୍ୟରେ ବ୍ୟବଧାନ ମାତ୍ର ୩ ପଏଣ୍ଟ ରହିଥିବାରୁ ଚଳିତ ବର୍ଷ ହେବାକୁଥିବା ବିଶ୍ୱକପ୍‌ରେ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷ ସ୍ଥାନ ପାଇଁ କୌତୂହଳପୂର୍ଣ୍ଣ ଲଢେଇ ହେବ। ଅନ୍ୟମାନଙ୍କ ମଧ୍ୟରେ ନ୍ୟୁଜିଲାଣ୍ଡ (୧୦୪) ଚତୁର୍ଥ ଏବଂ ଇଂଲଣ୍ଡ (୧୦୧) ୫ମ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri