ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ ସହମତ ହୋଇଛି। ଦ୍ୱିପାକ୍ଷିକ ବାଣିଜ୍ୟ ଓ ପ୍ରତିରକ୍ଷା ସହଯୋଗ ବଢ଼ାଇବାକୁ ଉଭୟ ନେତା ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ଏହି ଅବସରରେ ପ୍ରତିରକ୍ଷା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗ ବୃଦ୍ଧି ଲାଗି ଚୁକ୍ତି ସ୍ବାକ୍ଷର ହୋଇଛି। ସ୍ଲୋଭାକିଆକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗସ୍ତ ଅବସରରେ ୨ ଦେଶ ଦ୍ୱିପାକ୍ଷିକ ସମ୍ପର୍କ ବଢ଼ାଇବା ଏବଂ ସହଭାଗିତାକୁ ବ୍ୟାପକ କରିବା ଲାଗି ଆନୁଷ୍ଠାନିକ ଭାବେ ସହମତ ହୋଇଛନ୍ତି। ଗାଡ଼ି, ରେଲଓ୍ବେ, ଆଧୁନିକ ଉତ୍ପାଦନ ଏବଂ ସବୁଜ ପ୍ରଯୁକ୍ତି ଆଦି ବିଭିନ୍ନ କ୍ଷେତ୍ରରେ ସହଯୋଗ ବଢ଼ାଇବା ଉପରେ ଆଲୋଚନା ହୋଇଛି।
ଭାରତ-ୟୁରୋପୀୟ ୟୁନିୟନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ତୁରନ୍ତ କାର୍ଯ୍ୟକାରୀ କରିବା ଦିଗରେ ଏକାଠି କାର୍ଯ୍ୟ କରିବାକୁ ଉଭୟ ନେତା ସହମତ ହୋଇଛନ୍ତି। ଆମେ ଆମ ସମ୍ପର୍କକୁ ବିସ୍ତୃତ ସହଭାଗିତାକୁ ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଛୁ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଭାରତ-ୟୁରୋପୀୟ ସଂଘ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଚୂଡ଼ାନ୍ତ କରିବାରେ ସ୍ଲୋଭାକିଆର ସହଯୋଗ ପାଇଁ ଫିକୋଙ୍କୁ ମୋଦି ପ୍ରଶଂସା କରିଛନ୍ତି। ମୋଦି ଭାରତରେ ସର୍ବାଧିକ ସମୟ କ୍ଷମତାରେ ଥିବା ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିବାରୁ ଫିକୋ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ଲୋଭାକିଆର ସର୍ବୋଚ୍ଚ ବେସାମରିକ ସମ୍ମାନ ଦି ଅର୍ଡର ଅଫ୍‌ ଦି ହ୍ବାିଟ୍‌ ଡବଲ୍‌ କ୍ରସ୍‌ (ପ୍ରଥମ ଶ୍ରେଣୀ)ରେ ସମ୍ମାନିତ କରାଯାଇଛି। ମୋଦିଙ୍କୁ ବିଦେରେ ଏହା ୩୩ତମ ଅନ୍ତର୍ଜାତୀୟ ସମ୍ମାନ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?