Posted inଜାତୀୟ

ଶେଷରେ ଅନଶନ ଭାଙ୍ଗିଲେ ସୋନମ ଓ୍ବାଙ୍ଗଚୁକ୍‌: କହିଲେ- ଶୀଘ୍ର ପ୍ରଧାନମନ୍ତ୍ରୀ-ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବେ…

ନୂଆଦିଲ୍ଲୀ,୪।୧୦: କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ସୋନମ ଓ୍ବାଙ୍ଗଚୁକ୍‌ ନିଜର ଅନଶନ ଭାଙ୍ଗିଛନ୍ତି । ସେ ଲଦାଖର କିଛି ଲୋକଙ୍କ ସହ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ବୁଧବାର ଅପରାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଏନେଇ ସୂଚନା ଦେଇଛନ୍ତି।

ଓ୍ବାଙ୍ଗଚୁକ୍‌ କହିଛନ୍ତି ଯେ, ତାଙ୍କ ଗୋଷ୍ଠୀ ନିଜର ଦାବିପତ୍ରଗୁଡ଼ିକୁ ତାଲିକାଭୁକ୍ତ କରି ଏକ ସ୍ମାରକପତ୍ର ଦାଖଲ କରିଛନ୍ତି। ଖୁବ୍‌ଶୀଘ୍ର ଶୀର୍ଷ ନେତୃତ୍ୱଙ୍କ ସହ ବୈଠକ କରାଯିବାକୁ ତାଙ୍କୁ ନିଶ୍ଚିତ କରାଯାଇଛି।

ଏଥିସହ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରି ଓ୍ବାଙ୍ଗଚୁକ୍‌ ଅହେତୁକ ସମର୍ଥନ ଲାଗି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଗୃହ ମନ୍ତ୍ରଣାଳୟର ଆଶ୍ୱାସନା ପରେ ଅନଶନ ଭାଙ୍ଗିଛୁ। ଆସନ୍ତା କିଛି ଦିନ ମଧ୍ୟରେ ଭାରତର ଶୀର୍ଷ ନେତାଙ୍କ ସହ ଏକ ବୈଠକ ହେବ ବୋଲି ସେ ମଧ୍ୟ କହିଛନ୍ତି।

ମହାତ୍ମା ଗାନ୍ଧୀଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଗଣମାଧ୍ୟମକୁ ଓ୍ବାଙ୍ଗଚୁକ୍‌ କହିଥିଲେ ଯେ, ଆମେ ସରକାରଙ୍କୁ ଏକ ସ୍ମାରକପତ୍ର ଦାଖଲ କରିଛୁ ଯେ ଲଦାଖ ପାଇଁ ଏଭଳି ବ୍ୟବସ୍ଥା କରାଯିବା ଉଚିତ ଯାହାଦ୍ୱାରା ଏହାର ପରିବେଶ ସଂରକ୍ଷଣ ହୋଇପାରିବ। ହିମାଳୟରେ ସ୍ଥାନୀୟ ଲୋକଙ୍କୁ ସଶକ୍ତ କରାଯିବା ଉଚିତ କାରଣ କେବଳ ସେମାନେ ହିଁ ଏହାର ସର୍ବୋତ୍ତମ ସଂରକ୍ଷଣ କରିପାରିବେ। ଗୃହ ମନ୍ତ୍ରଣାଳୟ ଆମକୁ ନିଶ୍ଚିତ କରିଛି ଯେ ଆସନ୍ତା ଦିନରେ ଆମେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଏବଂ ଗୃହମନ୍ତ୍ରୀଙ୍କୁ ଭେଟିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri