ରୋମାଞ୍ଚକର ହେବ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ, ୨୬।୦୬: ୨୯ ଜୁନ୍‌ ଅର୍ଥାତ ଶନିବାର ଟି-୨୦ ବିଶ଼୍ବକପ୍‌ର ଫାଇନାଲ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜୋରଦାର ଟକ୍କର ହେବାକୁ ଯାଉଛି । ଲମ଼୍ବା ସମୟ ଧରି ବିଶ଼୍ବକପ୍‌ ଟ୍ରଫି ହାତେଇବାକୁ ଟିମ୍‌ ଇଣ୍ଡିଆ ଅପେକ୍ଷା କରିଥିବା ବେଳେ ଦକ୍ଷିଣ ଆଫ୍ରିକା ପ୍ରଥମ ଥର ବିଶ଼୍ବ ଚମ୍ପିୟନ୍‌ ହେବାକୁ ଆତୁର ହୋଇ ରହିଛି । ତେଣୁ ଆଶା କରାଯାଉଛି ଯେ ଏହି ଫାଇନାଲ୍‌ ମ୍ୟାଚ୍‌ ରୋମାଞ୍ଚକର ହେବ ।

ଏହି ଦୁଇ ଟିମ୍‌ରେ ଜଣଙ୍କ ଠୁ ବଳି ଜଣେ ଧୁରନ୍ଧର ଖେଳାଳି ରହିଛନ୍ତି । ମ୍ୟାଚ୍‌ କେତେବେଳେ କେଉଁ ଖେଳାଳିଙ୍କ ସପୋର୍ଟରେ ଯିବ ତାହା କହିବା ଅସମ୍ଭବ । ବାମହାତୀ ଦ୍ରୁତ ବୋଲରମାନେ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କୁ ଅସୁବିଧାରେ ପକାଉଛନ୍ତି। ଫର୍ମରେ ଥିବା ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ମାର୍କୋ ଜନସନ ଏହାର ଫାଇଦା ଉଠାଇ ପାରନ୍ତି। ତେବେ ମ୍ୟାଚ୍‌ ରୋହିତଙ୍କ ସପକ୍ଷରେ ରହୁଛି । କାରଣ ଟି-୨୦ ମ୍ୟାଚର ୯ ଇନିଂସରେ ଜନସନଙ୍କୁ ସାମ୍ନା କରିଛନ୍ତି ରୋହିତ । ଜନସନ୍‌ ତାଙ୍କୁ କେବଳ ଥରେ ଆଉଟ କରିବାକୁ ସକ୍ଷମ ହୋଇଛନ୍ତି।

ଭାରତୀୟ ଦଳ ଟି-୨୦ ବିଶ୍ୱକପରେ ଏପର୍ଯ୍ୟନ୍ତ ଅପରାଜିତ ରହିଛି। କିନ୍ତୁ ବିରାଟ କୋହଲିଙ୍କ ଫର୍ମ ଏବେ ଚିନ୍ତାର କାରଣ ହୋଇଛି। କୋହଲି ୭ଟି ମ୍ୟାଚରେ ମାତ୍ର ୭୫ ରନ ସ୍କୋର କରିବାକୁ ସକ୍ଷମ ହୋଇଛନ୍ତି । ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର କାଗିସୋ ରାବାଡା ୮ ଟି ମ୍ୟାଚରେ ୧୨ ଟି ୱିକେଟ ନେଇଛନ୍ତି ଏବଂ ତାଙ୍କର ଇକୋନୋମି ରେଟ୍‌ ୬ରୁ କମ ରହିଛି। କୋହଲିଙ୍କୁ ରାବାଡାଙ୍କ ବଲକୁ ସାମ୍ନା କରିବାବେଳେ ସତର୍କ ରହିବାକୁ ପଡିବ। ରାବାଡା କୋହଲିଙ୍କୁ ୧୨ ଇନିଂସରେ ୪ ଥର ଆଉଟ୍‌ କରି ପାଭିଲିୟନ୍‌ ଫେରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?