Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ: ରୋହିତ, ବିରାଟ ଉପରେ ସଭିଙ୍କ ନଜର

ରାଞ୍ଚି,୩୦ା୧୧: ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ନିୟମିତ ଅଧିନାୟକ ଶୁବମନ ଗିଲ ଓ ଉପଅଧିନାୟକ ଶ୍ରେୟସ ଆୟାରଙ୍କ ଅନୁପସ୍ଥିତିରେ ଲୋକେଶ ରାହୁଲ ସିରିଜ୍‌ରେ ଦଳର ନେତୃତ୍ୱ ଭାର ସମ୍ଭାଳିବେ। ଆସନ୍ତା ବର୍ଷ ଫେବୃଆରୀରେ ଭାରତରେ ଟି୨୦ ବିଶ୍ୱକପ୍‌ ହେବାକୁ ଥିବାରୁ ଏହି ସିରିଜ୍‌ର ବିଶେଷ ଗୁରୁତ୍ୱ ନାହିଁ। କିନ୍ତୁ ଟେଷ୍ଟ ଓ ଟି୨୦ ଫର୍ମାଟରୁ ଅବସର ନେଇସାରିଥିବା ଦୁଇ ପୂର୍ବତନ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଉପରେ ସଭିଙ୍କ ନଜର ରହିବ।

ଦୁହେଁ ଗତ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିଲେ। ଆଗାମୀ ଦୁଇ ମାସ ମଧ୍ୟରେ ଭାରତୀୟ ଦଳ ୬ଟି ଦିନିକିଆ ମ୍ୟାଚ୍‌ ଖେଳିବ। ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଖେଳାଯିବାର ଅଛି। ଏଣୁ ୨୦୨୭ ବିଶ୍ୱକପ୍‌ ଖେଳିବା ଲକ୍ଷ୍ୟରେ ଥିବା ଉଭୟ ରୋହିତ ଓ କୋହଲି ଲାଗି ଏହି ଦୁଇ ସିରିଜ୍‌ ପରୀକ୍ଷା ସଦୃଶ ହେବ। ଉଲ୍ଲେଖଯୋଗ୍ୟ, ଏହି ଜେଏସ୍‌ସିଏ ଷ୍ଟାଡିୟମରେ ୨୦୧୩ରେ ରୋହିତ ପ୍ରଥମ ଥର ଭାରତୀୟ ଦଳ ପାଇଁ ପୂର୍ଣ୍ଣକାଳୀନ ଓପନର ଭାବେ ଖେଳିଥିଲେ, ଯାହାକି ତାଙ୍କ କ୍ୟାରିୟରକୁ ବଦଳାଇ ଦେଇଥିଲା।

ଟେଷ୍ଟ ସିରିଜ୍‌ରେ ଭାରତୀୟ ଦଳର ଶୋଚନୀୟ ପରାଜୟ ପରେ ମୁଖ୍ୟକୋଚ୍‌ ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଓ ଟିମ୍‌ ସିଲେକ୍ସନ ଉପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିଯୋଗୁ ଏହି ଦିନିକିଆ ସିରିଜ୍‌ ତାଙ୍କ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ। ଏହି ସିରିଜ୍‌ ଜରିଆରେ ଭାରତୀୟ ହ୍ବାଇଟ୍‌ ବଲ ଦଳ କେଉଁ ଦିଗରେ ଆଗଉଛି, ତାହା ଗମ୍ଭୀର ପ୍ରଦର୍ଶିତ କରିପାରିବେ।

ସମ୍ଭାବ୍ୟ ଭାରତୀୟ ଦଳ: ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ତିଲକ ବର୍ମା/ ଋତୁରାଜ ଗାଏକ୍ୱାଡ, ରିଷଭ ପନ୍ତ/ଧ୍ରୁବ ଜୁରେଲ (ଉଇକେଟକିପର), ଲୋକେଶ ରାହୁଲ (ଅଧିନାୟକ), ରବୀନ୍ଦ୍ର ଜାଡେଜା, ନୀତୀଶ କୁମାର ରେଡ୍ଡୀ/ଓ୍ବାଶିଂଟନ ସୁନ୍ଦର, ପ୍ରସିଦ୍ଧ କ୍ରିଷ୍ଣା, ଅର୍ଶଦୀପ ସିଂ, କୁଲଦୀପ ଯାଦବ।

ସମ୍ଭାବ୍ୟ ଦକ୍ଷିଣ ଆଫ୍ରିକା ଦଳ: ଏଡେନ ମାରକ୍ରାମ/ରିୟାନ ରିକଲଟନ, କ୍ୱିଣ୍ଟନ ଡି କକ୍‌(ଉଇକେଟକିପର), ଟେମ୍ବା ବଭୁମା(ଅଧିନାୟକ), ଟୋନି ଡି ଜର୍ଜି, ମାଥ୍ୟୁ ବ୍ରିଜକେ, ଡଓ୍ବୋଲ୍ଡ ବ୍ରେଭିସ, ମାର୍କୋ ଜାନସେନ, କର୍ବିନ ବୋଶ୍ଚ, କେଶବ ମହାରାଜ, ଲୁଙ୍ଗି ଏନ୍‌ଗିଡି, ଓଟନିଲ ବାର୍ଟମାନ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri