ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍‌…

କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ ବ୍ଲାକ ସଏଲରେ ପ୍ରସ୍ତୁତ କରାଯାଉଛି ।
ତେବେ ଆଜିଠୁ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। District zomato ରେ ଆବେଦନ କରିବେ ଦର୍ଶକ । ଚଳିତ ବର୍ଷ ଟିକେଟ ସଂଖ୍ୟା କମି ଥିବା ବେଳେ ଅନଲାଇନରେ ୨ ହଜାର ଟିକେଟ ବିକ୍ରି ପାଇଁ ନିଷ୍ପତ୍ତି ନିଆଯାଇଛି । ଗ୍ୟାଲେରୀ ୧ ଓ ୩ର ଦାମ୍‌ ୧୧୦୦ ଟଙ୍କା, ଗ୍ୟାଲେରୀ ୨ ଓ ୪ କୁ ୯୦୦ ଟଙ୍କା, ଗ୍ୟାଲେରୀ ୫ ନମ୍ବର୍‌ ୧୨୦୦ ଟଙ୍କା, ସ୍ପେଶଲ ଏନ କ୍ଲୋଜର ୬୦୦୦ ଟଙ୍କା
ଏ ସି ବକ୍ସ ୮୦୦୦ ଟଙ୍କା, ନ୍ୟୁ ପାଭିଲିୟନ ୧୦ ହଜାର ଟଙ୍କା ଏବଂ କର୍ପୋରେଟ ବକ୍ସ ୨୦ ହଜାର ଟଙ୍କା ରହିଥିବା ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି ।

ସେହିଭଳି ପୂର୍ବ ମ୍ୟାଚରେ ୪୪ହଜାର ୫୦୦ ଟିକେଟ ବିକ୍ରି ହୋଇଥିବା ବେଳେ ଚଳିତ ମ୍ୟାଚରେ ୪୨ ହଜାର ଟିକେଟ ବିକ୍ରି କରାଯିବ । ଗ୍ୟାଲେରୀର ସିଟ କୁ ୧୯ ଇଞ୍ଚ ବଦଳରେ ୨୨ ଇଞ୍ଚ କରାଯାଇଛି। ୧୮ ହଜାର ୪୦୦ କମ୍ପ୍ଲିମେଣ୍ଟାରି ଟିକେଟ ରହିଥିବା ବେଳେ ଚଳିତ ବର୍ଷ ଉଭୟ ଅନଲାଇନ ଓ ଅଫଲାଇନ ରୁ ୩୦୮୦ ଟିକେଟ ସାଧାରଣ ଦର୍ଶକଙ୍କ କଟିଥିବା ବେଳେ କମ୍ପ୍ଲିମେଣ୍ଟାରିରୁ ୫୬୦ ଟିକେଟ କଟିଛି । ଚଳିତ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୫ରେ ଅଫଲାଇନ ଟିକେଟ ବିକ୍ରି କରାଯିବ। ଏବଂ ଡିସେମ୍ବର ୩ ଓ ୪ ତାରିଖରେ ଅନୁବନ୍ଧିତ କ୍ଲବ ମାନଙ୍କୁ ଟିକେଟ ବିକ୍ରି କରାଯିବ । ମ୍ୟାଚ ଦିନ ୪ଟା ବେଳକୁ ଦର୍ଶକ ମାନେ ଷ୍ଟାଡିୟମ ପରିସରକୁ ପ୍ରବେଶ କରି ପାରିବେ। ଏହା ସହ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦର୍ଶକ ମାନେ ଲାଇଟ ଶୋ’ର ମଜା ମଧ୍ୟ ନେଇ ପାରିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri