ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍‌…

କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ ବ୍ଲାକ ସଏଲରେ ପ୍ରସ୍ତୁତ କରାଯାଉଛି ।
ତେବେ ଆଜିଠୁ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। District zomato ରେ ଆବେଦନ କରିବେ ଦର୍ଶକ । ଚଳିତ ବର୍ଷ ଟିକେଟ ସଂଖ୍ୟା କମି ଥିବା ବେଳେ ଅନଲାଇନରେ ୨ ହଜାର ଟିକେଟ ବିକ୍ରି ପାଇଁ ନିଷ୍ପତ୍ତି ନିଆଯାଇଛି । ଗ୍ୟାଲେରୀ ୧ ଓ ୩ର ଦାମ୍‌ ୧୧୦୦ ଟଙ୍କା, ଗ୍ୟାଲେରୀ ୨ ଓ ୪ କୁ ୯୦୦ ଟଙ୍କା, ଗ୍ୟାଲେରୀ ୫ ନମ୍ବର୍‌ ୧୨୦୦ ଟଙ୍କା, ସ୍ପେଶଲ ଏନ କ୍ଲୋଜର ୬୦୦୦ ଟଙ୍କା
ଏ ସି ବକ୍ସ ୮୦୦୦ ଟଙ୍କା, ନ୍ୟୁ ପାଭିଲିୟନ ୧୦ ହଜାର ଟଙ୍କା ଏବଂ କର୍ପୋରେଟ ବକ୍ସ ୨୦ ହଜାର ଟଙ୍କା ରହିଥିବା ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି ।

ସେହିଭଳି ପୂର୍ବ ମ୍ୟାଚରେ ୪୪ହଜାର ୫୦୦ ଟିକେଟ ବିକ୍ରି ହୋଇଥିବା ବେଳେ ଚଳିତ ମ୍ୟାଚରେ ୪୨ ହଜାର ଟିକେଟ ବିକ୍ରି କରାଯିବ । ଗ୍ୟାଲେରୀର ସିଟ କୁ ୧୯ ଇଞ୍ଚ ବଦଳରେ ୨୨ ଇଞ୍ଚ କରାଯାଇଛି। ୧୮ ହଜାର ୪୦୦ କମ୍ପ୍ଲିମେଣ୍ଟାରି ଟିକେଟ ରହିଥିବା ବେଳେ ଚଳିତ ବର୍ଷ ଉଭୟ ଅନଲାଇନ ଓ ଅଫଲାଇନ ରୁ ୩୦୮୦ ଟିକେଟ ସାଧାରଣ ଦର୍ଶକଙ୍କ କଟିଥିବା ବେଳେ କମ୍ପ୍ଲିମେଣ୍ଟାରିରୁ ୫୬୦ ଟିକେଟ କଟିଛି । ଚଳିତ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୫ରେ ଅଫଲାଇନ ଟିକେଟ ବିକ୍ରି କରାଯିବ। ଏବଂ ଡିସେମ୍ବର ୩ ଓ ୪ ତାରିଖରେ ଅନୁବନ୍ଧିତ କ୍ଲବ ମାନଙ୍କୁ ଟିକେଟ ବିକ୍ରି କରାଯିବ । ମ୍ୟାଚ ଦିନ ୪ଟା ବେଳକୁ ଦର୍ଶକ ମାନେ ଷ୍ଟାଡିୟମ ପରିସରକୁ ପ୍ରବେଶ କରି ପାରିବେ। ଏହା ସହ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦର୍ଶକ ମାନେ ଲାଇଟ ଶୋ’ର ମଜା ମଧ୍ୟ ନେଇ ପାରିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri