ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଏହି ଦିନଠୁ ଅନଲାଇନ, ଅଫଲାଇନରେ ଟିକେଟ୍‌ ବିକ୍ରି ଆରମ୍ଭ

ଭୁବନେଶ୍ୱର,୧୭।୧୧: ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ଏନେଇ ସୋମବାର OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍‌ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ ଅନଲାଇନରେ ଟିକେଟ୍‌ ମିଳିବ । ସେହିପରି ଡିସେମ୍ବର ୫ରୁ ଅଫଲାଇନ ଟିକେଟ୍‌ ବିକ୍ରି ହେବ। ଡିସେମ୍ବର ୩ ଓ ୪ରେ OCA ଅନୁବନ୍ଧିତ ସଂସ୍ଥାକୁ ଟିକେଟ୍‌। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଡିସେମ୍ବର ୯ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ଖେଳାଯିବ।

ନଭେମ୍ବରରୁ ଦକ୍ଷିଣ ଆଫ୍ରିକା ଟିମ ଭାରତ ଭ୍ରମଣରେ ଆସିବାକୁ ଥିବା ବେଳେ ଏହି ଗସ୍ତରେ ଉଭୟ ଟିମ ମଧ୍ୟରେ ଦୁଇଟି ଟେଷ୍ଟ, ତିନୋଟି ଦିନିକିଆ ଓ ୫ଟି ଟି-୨୦ ମ୍ୟାଚ ବିଶିଷ୍ଟ ଏକ ସିରିଜ ଖେଳାଯିବ। ତେବେ ଏହି ଟି ୨୦ ସିରିଜ ମଧ୍ୟରୁ ପ୍ରଥମ ମ୍ୟାଚଟି ବାରବାଟୀରେ ଖେଳାଯିବ। ସୂଚନାଯୋଗ୍ୟ, ବାରବାଟୀକୁ ଆଉ ଏକ ଅନ୍ତଜାର୍ତୀୟ ମ୍ୟାଚ ଆୟୋଜନ କରାଇବା ପାଇଁ ଓସିଏ ପକ୍ଷରୁ ବିସିସିଆଇକୁ ନିବେଦନ କରାଯାଇଥିଲା।

ଗତ ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଥିଲା। କେବଳ ମ୍ୟାଚ ସମୟରେ ଫ୍ଲଡ ଲାଇଟ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?