ଏହି ଦିନ ଖେଳାଯିବ ବାରବାଟୀରେ ଭାରତ-ଦ.ଆଫ୍ରିକା ଟି ୨୦

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ କରିବାରେ ଓଡ଼ିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍‌ ସୁବ୍ୟବସ୍ଥିତ ଭାବେ ଆୟୋଜିତ ହୋଇଯାଇଛି। ତେଣୁ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନଠାରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତାକରି ମୁଖ୍ୟମନ୍ତ୍ରୀ ଓଡ଼ିଶା କ୍ରିକେଟ ଆସୋସିଏସନ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି, କ୍ରିକେଟ ଆମ ଦେଶର ଏକ ଅତି ଲୋକପ୍ରିୟ ଖେଳ। ତେଣୁ ଏହି ମ୍ୟାଚ୍‌ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ସେଥିଲାଗି ଏହା ଯେପରି ତ୍ରୁଟିଶୂନ୍ୟ ଭାବେ ପରିଚାଳନା ହେବ ଏବଂ ଓଡ଼ିଶାର ମର୍ଯ୍ୟାଦା ସୁରକ୍ଷିତ ହେବ ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।
ବୈଠକରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ମ୍ୟାଚ୍‌ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ ବିକ୍ରି, ଦର୍ଶକମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଂ ବ୍ୟବସ୍ଥା, ଷ୍ଟାଡିୟମ ଭିତ୍ତିଭୂମି ଓ ଅଗ୍ନି ନିର୍ବାପନ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍‌ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି। ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ା ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷା ପ୍ରତି ଏକ ଫୁଲ୍‌-ପ୍ରୁଫ୍‌ ବ୍ୟବସ୍ଥା କରାଯିବା ଆବଶ୍ୟକ। ଏଥିପାଇଁ ପୋଲିସ ଅଧିକ ସତର୍କ ରହିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ୍‌ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ଭିଡ଼ ନିୟନ୍ତ୍ରଣ, ଟିକେଟ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଉପଯୁକ୍ତ ଭାବେ ତଦାରଖକରି ନିର୍ଭୁଲ୍‌ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍‌ ସମୟରେ ନିରନ୍ତର ଲାଇଟିଂ ବ୍ୟବସ୍ଥା ପାଇଁ ଅଧିକ ଜେନ୍‌ସେଟ୍‌ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେର ମଧ୍ୟ ଇନ୍‌ଷ୍ଟଲ କରାଯାଇଛି। ଗୋଟିଏ ଜେନ୍‌ସେଟ୍‌ ଫେଲ୍‌ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଚାଲୁହେବ ଏବଂ ଲାଇଟିଂ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ କୁହାଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ପଙ୍କଜ ଲୋଚନ ମହାନ୍ତି, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ବର ପୋଲିସ କମିଶନର, କଟକ ଜିଲାପାଳ ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ମ୍ୟାଚ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri