Posted inଖେଳ

ଭାରତ-ଶ୍ରୀଲଙ୍କା ପ୍ରଥମ ମ୍ୟାଚ ଟାଇ

କଲମ୍ବୋ, ୨।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ ଟାଇରେ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୫୦ ଓଭରରେ ୮ ଉଇକେଟ ହରାଇ ୨୩୦ ରନ କରିଥିବାବେଳେ ଭାରତ ୪୭.୫ ଓଭରରେ ୨୩୦ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ କୌଣସି ଦଳ ଅଗ୍ରଣୀ ନେବାରେ ସକ୍ଷମ ହୋଇ ନାହାନ୍ତି।

ଭାରତର ଆରମ୍ଭ ଭଲ ହୋଇଥିଲା। ଅଧିନାୟକ ରୋହିତ ଶର୍ମା ଆକ୍ରମଣାତ୍ମକ ବ୍ୟାଟିଂ କରି ଦ୍ରୁତ ହାରରେ ରନ ସଂଗ୍ରହ କରିଥିଲେ। ଶୁବମନ ଗିଲ୍‌ ଧିମା ଖେଳିଥିଲେ ହେଁ ଓପନିଂ ଯୋଡ଼ିରେ ଭାରତ ୭୫ ରନ ସଂଗ୍ରହ କରି ବଢ଼ିଆ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲା। ଗିଲ୍‌ ୩୫ ବଲ୍‌ରୁ ୧୬ ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଟି୨୦ ଷ୍ଟାଇଲରେ ବ୍ୟାଟିଂକରି ୩୩ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିବା ରୋହିତ ୪୭ ବଲ୍‌ରୁ ୭ ଚୌକା ଓ ୩ ଛକା ସହାୟତାରେ ୫୮ ରନକରି ପ୍ୟାଭିଲିୟନ ଫେରିଥିଲେ। ୪ ନମ୍ବରରେ ଆସିଥିବା ଓ୍ବାଶିଂଟନ ସୁନ୍ଦର ମାତ୍ର ୫ ରନକରି ଆଉଟ ହୋଇଥିଲେ। ବିରାଟ କୋହଲି ଓ ଶ୍ରେୟସ ଆୟର ଭଲ ଆରମ୍ଭ କରିଥିଲେ ହେଁ ବଡ଼ ସ୍କୋର କରିବା ପୂର୍ବରୁ ଆଉଟ ହେବା ଭାରତକୁ ଝଟ୍‌କା ସଦୃଶ ହୋଇଥିଲା। କୋହଲି ୨୪ ଓ ଆୟର ୨୩ ରନ କରିବାକୁ ସକ୍ଷମ ହୋଇଥିଲେ। ମିଡିଲ ଅର୍ଡରରେ ଅକ୍ଷର ପଟେଲ ୩୩, ଲୋକେଶ ରାହୁଲ ୩୧ ଓ ଶିବମ୍‌ ଦୁବେ ୨୬ ରନକରି ଆଉଟ ହୋଇଥିଲେ। ୧୮ ବଲ୍‌ରେ ଭାରତ ବିଜୟ ପାଇଁ ୫ ରନ ଆବଶ୍ୟକ ହେଉଥିଲା। ୪୮ତମ ଓଭର ବୋଲିଂ କରିଥିବା ଚରିଥ ଆସାଲଙ୍କାଙ୍କ ୩ୟ ବଲ୍‌କୁ ଦୁବେ ଚୌକାରେ ପରିଣତ କରିବାରୁ ସ୍କୋର ସମାନ ହୋଇ ଯାଇଥିଲା। ମାତ୍ର ଏହାର ପର ୨ଟି ବଲ୍‌ରେ ଦୁବେ ଓ ଅର୍ଶଦୀପ ସିଂ ଆଉଟ ହେବାରୁ ଭାରତର ବିଜୟ ଆଶା ଧୂଳିସାତ ହୋଇ ଯାଇଥିଲା। ଶ୍ରୀଲଙ୍କା ପକ୍ଷରୁ ଓ୍ବାନିନ୍ଦୁ ହସରଙ୍ଗା ଓ ଚରିଥ ଆସାଲଙ୍କା ୩ଟି ଲେଖାଏ, ଦୁନିଥ ଓ୍ବାଲାଲାଗେ ୨ଟି ଏବଂ ଅସିଥା ଫର୍ନାଣ୍ଡୋ ଓ ଆକିଲା ଦନଞ୍ଜୟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଶ୍ରୀଲଙ୍କା। ଦଳ ମାତ୍ର ୭ ରନରେ ଅଭିଷେକ ଫର୍ନାଣ୍ଡୋଙ୍କ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ହେଁ ପଥୁମ ନିସଙ୍କା ସତର୍କତାର ସହ ବ୍ୟାଟିଂ କରି ଇନିଂସ ସମ୍ଭାଳିଥିଲେ। ଟପ୍‌ ଓ ମିଡିଲ ଅର୍ଡରରେ କୁସାଲ ମେଣ୍ଡିସ (୧୪), ସାଦିରା ସମରବିକ୍ରମା (୮), ଅଧିନାୟକ ଚରିଥ ଆସାଲଙ୍କା (୧୪) ଓ ଜନିଥ ଲିୟାଙ୍ଗେ (୨୦) ବିଫଳ ହେବାରୁ ଦଳ ବଡ଼ ସ୍କୋର ଆଶା ମଉଳିଥିଲା। ତେବେ ଲୋୟର ଅର୍ଡରରେ ଦୁନିଥ ଓ୍ବେଲାଲାଗେଙ୍କ ଅପରାଜିତ ୬୭ ରନଯୋଗୁ ଘରୋଇ ଦଳ ଏକ ସମ୍ମାନଜନକ ସ୍କୋର କରିବାକୁ ସକ୍ଷମ ହୋଇଥିଲା। ଓପନର ନିସଙ୍କା ୫୬ ରନ ସ୍କୋର କରିଥିଲେ। ଭାରତ ପକ୍ଷରୁ ସମସ୍ତ ବୋଲର ଭଲ ବୋଲିଂ କରିଥିଲେ। ଅର୍ଶଦୀପ ସିଂ ଓ ଅକ୍ଷର ପଟେଲ ୨ଟି ଲେଖାଏ ଏବଂ ମହମ୍ମଦ ସିରାଜ, ଶିବମ ଦୁବେ, କୁଲଦୀପ ଯାଦବ ଓ ଓ୍ବାଶିଂଟନ ସୁନ୍ଦର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri