Posted inଖେଳ

ଘୁଞ୍ଚିଲା ଭାରତ-ଶ୍ରୀଲଙ୍କା ସିରିଜ୍‌

ନୂଆଦିଲ୍ଲୀ,୧୦।୭: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌ ୫ ଦିନ ବିଳମ୍ବରେ ଅର୍ଥାତ୍‌ ୧୮ ତାରିଖରୁ ଆରମ୍ଭ ହେବ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆସନ୍ତା ୧୩ରୁ ଆରମ୍ଭ ହେବାର ଥିଲା। କିନ୍ତୁ ଘରୋଇ ଦଳର କ୍ୟାମ୍ପରେ କୋଚିଂ ଷ୍ଟାଫ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହେବା ପରେ ସିରିଜ୍‌କୁ ୫ ଦିନ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ନିକଟରେ ୟୁକେରୁ ଫେରିଥିବା ଶ୍ରୀଲଙ୍କା ଦଳର ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବାର ଓ ଡାଟା ଆନାଲିଷ୍ଟ ଜି ଟି ନିରୋଶାନ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁହେଁ ଡେଲ୍ଟା ଭାରିଆଣ୍ଟରେ ସଂକ୍ରମିତ, ଯାହା ଅଧିକ ସଂକ୍ରାମକ। ଏଥିଯୋଗୁ ଘରୋଇ ଖେଳାଳିଙ୍କ କ୍ୱାରେଣ୍ଟିନ ସମୟ ସୀମା ବଢ଼ାଇ ଦିଆଯାଇଛି।

ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁଯାୟୀ, ଆସନ୍ତା ୧୮, ୨୦ ଓ ୨୩ ତାରିଖରେ ପ୍ରେମାଦାସ ଷ୍ଟାଡିୟମରେ ଦିନିକିଆ ସିରିଜ୍‌ର ସମସ୍ତ ମ୍ୟାଚ୍‌ ଖେଳାଯିବ। ଏହାପରେ ୨୫ ତାରିଖରୁ ଆରମ୍ଭ ହେବ ଟି୨୦ ସିରିଜ୍‌। ଅନ୍ତିମ ଦୁଇଟି ଟି୨୦ ମ୍ୟାଚ୍‌ ୨୭ ଓ ୨୯ ତାରିଖରେ ସମାନ ଭେନ୍ୟୁରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri