Posted inଖେଳ

ଆଜି ଭାରତ-ଶ୍ରୀଲଙ୍କା ଟି୨୦

ରାଜକୋଟ,୭।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଶନିବାର ଖେଳାଯିବ। ଭାରତକୁ ମ୍ୟାଚ ଜିତିବାକୁ ହେଲେ ଟପ୍‌ ଅର୍ଡର ଏବଂ ବୋଲିଂରେ ସୁଧାର ଆଣିବାକୁ ପଡ଼ିବ। ସିରିଜର ପ୍ରଥମ ମ୍ୟାଚରେ ଭାରତ ବିଜୟ ଲାଭ କରିଥିଲା। କିନ୍ତୁ ଦ୍ୱିତୀୟ ମ୍ୟାଚରେ ୧୬ ରନ୍‌ରେ ହାରିଯିବାରୁ ସିରିଜ ୧-୧ ରହିଛି। ଭାରତ ପରାଜୟର ଅନ୍ୟତମ ମୁଖ୍ୟ କାରଣ ପେସ୍‌ ବାହିନୀର ଅସ୍ଥିର ପ୍ରଦର୍ଶନ ସାଙ୍ଗକୁ ବ୍ୟାଟିଂରେ ମଧ୍ୟ ଟପ୍‌ ଅର୍ଡରର ବିଫଳତା।

ସିରିଜ ନିର୍ଣ୍ଣାୟକ ମ୍ୟାଚ ପାଇଁ ଭାରତ କୌଣସି ପରିବର୍ତ୍ତନ କରି ନ ପାରେ। କୋଚ୍‌ ଡ୍ରାଭିଡ୍‌ ପରୋକ୍ଷରେ ଏ ସମ୍ପର୍କରେ ସୂଚାଇ ଦେଇଛନ୍ତି। ଅନ୍ୟପକ୍ଷେ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଥିବା ଶ୍ରୀଲଙ୍କା ଶନିବାର ମ୍ୟାଚରେ କଡ଼ା ଟକ୍କର ଦେବ ବୋଲି ଆଶା କରାଯାଉଛି। ସେମାନେ ଦଳର ମିଡଲ ଅର୍ଡରରେ ଭଲ ପ୍ରଦର୍ଶନରେ ସୁଧାର ଆଣିବାରେ ଚେଷ୍ଟା କରିବେ। ରାଜକୋଟ ହେଉଛି ଦେଶର ଅନ୍ୟତମ ଫ୍ଲାଟ୍‌ ଟ୍ରାକ୍‌। ସମ୍ଭବତଃ ବ୍ୟାଟରଙ୍କୁ ସୁହାଇବ। ମ୍ୟାଚରେ ଟସ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ଉଭୟ ଦଳର ଅଧିନାୟକ ରନ୍‌ ଚେଜ୍‌ କରିବାକୁ ଚାହିଁବେ। ମ୍ୟାଚ ସନ୍ଧ୍ୟା ୭ଟା ଆରମ୍ଭ ହେବ


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri