Posted inଜାତୀୟ

ଭାରତୀୟ ସେନାକୁ ବଡ଼ ସଫଳତା: ଲଶ୍କରର ଟପ୍‌ କମାଣ୍ଡର ଉସ୍‌ମାନ୍‌ର ହେଲା The End 

ଶ୍ରୀନଗର,୨।୧୧: ଜମ୍ମୁ କଶ୍ମୀରର ଶ୍ରୀନଗର ଖାନିଆର ଅଞ୍ଚଳରେ ଶନିବାର ସକାଳେ ହୋଇଥିବା ଏନକାଉଣ୍ଟରରେ ୪ ଯବାନ ଆହତ ହୋଇଥିବା ବେଳେ ଲଶ୍କର-ଏ-ତୋଇବା(ଏଲ୍‌ଇଟି)ର ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା ଅଧିକାରୀଙ୍କ ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି। ତେବେ ନିହତ ଆତଙ୍କବାଦଙ୍କୁ ଲଶ୍କରର ଟପ୍‌ କମାଣ୍ଡର ଭାବେ ଚିହ୍ନଟ କରାଯାଇଛି। ତାଙ୍କ ନାମ ଉସମାନ ଓରଫ ଛୋଟା ଓ୍ବାଲିଦ୍‌ ବୋଲି ଜଣାପଡ଼ିଛି।
କଶ୍ମୀର ଆଇଜିପି କହିଛି ଯେ, ଖାନିଆର ଶ୍ରୀନଗର ଏନକାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀ ଉସମାନ ଓରଫ ଛୋଟା ଓ୍ବାଲିଦ୍‌ ବୋଲି ଜଣାପଡ଼ିଛି। ସେ ଜଣେ ପାକିସ୍ତାନୀ ଆତଙ୍କବାଦୀ ଥିଲେ। ଲସ୍କର ସହ ଜଡ଼ିତ ଥିଲେ। ପୋଲିସ ଅଧିକାରୀଙ୍କ ହତ୍ୟା ଏବଂ ଅନ୍ୟାନ୍ୟ ଆତଙ୍କବାଦୀ ଘଟଣାରେ ସମ୍ପୃକ୍ତ ଥିଲେ।
ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଖାନିଆର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇଥିଲେ। ଏହା ପରେ ସୁରକ୍ଷା ବାହିନୀ ମଧ୍ୟ ଏହାର ଜବାବ ଦେଇଥିଲେ। ସର୍ଚ୍ଚ ଅପରେଶନ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା। ଏବେ ଏନକାଉଣ୍ଟର ଚାଲିଛି ଏବଂ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?