Posted inଜାତୀୟ

ବିଶ୍ୱ ପାଇଁ ଭାରତ ଶାନ୍ତିର ଦୂତ: ୭୭ତମ ସାଧାରଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ, ୨୫ା୧: ୭୭ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସୁରକ୍ଷା, ନାରୀ ସଶକ୍ତିକରଣ ଏବଂ ବିଶ୍ୱ ଶାନ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି।

ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଛନ୍ତି ଯେ, ‘ବିଶ୍ୱ ଆଜି ସଂଘର୍ଷ ଦେଇ ଗତି କରୁଥିବା ବେଳେ ଭାରତ ଶାନ୍ତିର ଦୂତ ସାଜିଛି। ମାନବ ଜାତିର ସୁରକ୍ଷିତ ଭବିଷ୍ୟତ ପାଇଁ ଶାନ୍ତି ଅପରିହାର୍ଯ୍ୟ।’

ଏଥିସହିତ ସୀମା ପାର୍‌ ଆତଙ୍କବାଦୀ ଭିତ୍ତିଭୂମିକୁ ଧ୍ୱଂସ କରିବାରେ ‘ଅପରେସନ ସିନ୍ଦୂର’ର ସଫଳତାକୁ ରାଷ୍ଟ୍ରପତି ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ପ୍ରସ୍ତୁତି ଉପରେ ଦେଶବାସୀଙ୍କ ଅକୁଣ୍ଠ ବିଶ୍ୱାସ ରହିଛି।

୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ୧୦ କୋଟିରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଅର୍ଥନୀତିକୁ ସମୃଦ୍ଧ କରୁଛନ୍ତି। ମତଦାନରେ ମହିଳାଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ପଞ୍ଚାୟତିରାଜ ଅନୁଷ୍ଠାନରେ ସେମାନଙ୍କ ଭାଗିଦାରୀ ୪୬%କୁ ବୃଦ୍ଧି ପାଇବା ଏକ ବଡ଼ ସଫଳତା।

ଭାରତ ଆଜି ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି। ଖୁବଶୀଘ୍ର ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ବିଶ୍ୱର ଅଧାରୁ ଅଧିକ ଡିଜିଟାଲ କାରବାର ଏବେ ଭାରତରେ ହେଉଛି।

ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ମାଧ୍ୟମରେ ପ୍ରାୟ ୮୧ କୋଟି ଲୋକଙ୍କୁ ସାହାଯ୍ୟ ଯୋଗାଇ ଦିଆଯାଉଛି। କେହି ଯେପରି ଭୋକିଲା ନ ରହିବେ, ତାହା ସୁନିଶ୍ଚିତ କରାଯାଉଛି।

ଆମ ପୂର୍ବଜମାନେ ଆମକୁ ରାଷ୍ଟ୍ରୀୟ ସାଂସ୍କୃତିକ ଏକତା ଶିଖାଇଛନ୍ତି। ‘ବନ୍ଦେ ମାତରମ’ ରଚନାର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସେ ସାଂସ୍କୃତିକ ଏକତା ଏବଂ ସାମ୍ବିଧାନିକ ଜାତୀୟତାବାଦ ଉପରେ ଆଲୋକପାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?