Posted inଜାତୀୟ

‘ଆମେ ଶ୍ରୀଲଙ୍କା ସହ ଅଛୁ’

କଲମ୍ବୋ,୧୦।୭: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ପଡୋଶୀ ଦେଶର ଏଭଳି ସଙ୍କଟବେଳେ ଭାରତ ସହଯୋଗର ହାତ ବଢାଇଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି, ଭାରତ ହେଉଛି ଶ୍ରୀଲଙ୍କାର ନିକଟତମ ପଡ଼ୋଶୀ। ଶ୍ରୀଲଙ୍କାବାସୀ ସମ୍ମୁଖୀନ ହେଉଥିବା ଅନେକ ଆହ୍ବାନ ବିଷୟରେ ଆମେ ଅବଗତ ଅଟୁ। ଏହି କଷ୍ଟଦାୟକ ସମୟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଲୋକଙ୍କ ସହ ଛିଡା ହୋଇଛୁ। ଶ୍ରୀଲଙ୍କାର ଆର୍ଥିକ ପରିସ୍ଥିତିକୁ ଦୂର କରିବା ପାଇଁ ଭାରତ ଚଳିତ ବର୍ଷ ୩.୮ ବିଲିୟନ ଆମେରିକୀୟ ଡଲାରରୁ ଅଧିକ ସହାୟତା ଯୋଗାଇ ଦେଇଛି। ଶ୍ରୀଲଙ୍କାରେ ସାମ୍ପ୍ରତିକ ବିକାଶ ଉପରେ ଆମେ ତୀକ୍ଷ୍ଣ ନଜର ରଖିଛୁ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଂକଟ ଚରମ ସୀମାରେ ପହଞ୍ଚିଥିବା ବେଳେ ଗତ ମାର୍ଚ୍ଚରୁ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବି କରିଆସୁଥିଲେ ବିରୋଧୀ। ମାସ ମାସ ଧରି ଆନ୍ଦୋଳନ ପରେ ବି ସେ ଗାଦି ନ ଛାଡ଼ିବାରୁ ସ୍ଥିତିକୁ ନିଜ ହାତକୁ ନେଇଯାଇଥିଲେ ଲୋକେ। ଫଳରେ ବାଧ୍ୟ ହୋଇ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷ ଗତକାଲି ତାଙ୍କ ସରକାରୀ ବାସଭବନ ଛାଡ଼ି ପଳାଇଥିଲେ। ହଜାର ହଜାର ସଂଖ୍ୟାରେ ଆନ୍ଦୋଳନକାରୀ ରାଷ୍ଟ୍ରପତି ଭବନରେ ପଶି ଏହାକୁ କବଜା କରିନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ମଧ୍ୟ ନିଆଁ ଲଗାଇଦେଇଛନ୍ତି। ଏହାରି ଭିତରେ ଶ୍ରୀଲଙ୍କା ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାକୁ ରାଜି ହୋଇଛନ୍ତି ଗୋଟାବାୟା ରାଜପାକ୍ସେ। ଆସନ୍ତା ୧୩ ତାରିଖରେ ସେ ଇସ୍ତଫା ଦେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri