Posted inଜାତୀୟ

ଶ୍ରୀଲଙ୍କାକୁ ସହଯୋଗର ହାତ ବଢ଼ାଇଲା ଭାରତ: ପଠାଇଲା ୪୦ହଜାର ଟନ୍‌ ଚାଉଳ

ନୂଆଦିଲ୍ଲୀ,୨।୪: କଠିନ ପରିସ୍ଥିତିରେ ସବୁବେଳେ ପଡ଼ୋଶୀ ହିଁ ପଡ଼ୋଶୀର ସାହାଯ୍ୟ ଆସିଥାଏ। ଏହି ଉକ୍ତିଟିକୁ ସଫଳ କରିଦେଖାଇଛି ଭାରତ। ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପଡ଼ୋଶୀ ଦେଶ ଶ୍ରୀଲଙ୍କାକୁ ସାହାଯ୍ୟର ହାତ ବଢ଼ାଇଛି ଭାରତ। ଭାରତ ପକ୍ଷରୁ ଶ୍ରୀଲଙ୍କାକୁ ଖାଦ୍ୟ ସହାୟତା ପଠାଯାଉଛି। ଫଳରେ ମହଙ୍ଗାମାଡ଼ ଯୋଗୁ ଲୋକଙ୍କୁ ଖାଦ୍ୟ ଅଭାବରୁ କିଛି ମାତ୍ରାରେ ଆରାମ ମିଳିପାରିବ। ସୂଚନାଯୋଗ୍ୟ, ଭାରତର ବ୍ୟବସାୟୀମାନେ ଶ୍ରୀଲଙ୍କାକୁ ପଠାଇବା ପାଇଁ ୪୦ହଜାର ଟନ୍‌ ଚାଉଳ ଲୋଡିଂ କରିବା ଆରମ୍ଭ କରିଦେଇଛନ୍ତି। ରଏଟର୍ସ ଖବର ଅନୁଯାୟୀ, ଭାରତରୁ କ୍ରେଡିଟ ଲାଇନ ମିଳିବା ପରେ ଶ୍ରୀଲଙ୍କାକୁ ଏହା ପଠାଯାଇଥିବା ପ୍ରଥମ ଖାଦ୍ୟ ସହାୟତା। ଶ୍ରୀଲଙ୍କା ଏହି ସହାୟତା ଏଭଳି ସମୟରେ ପାଇଛି ଯେଉଁ ସମୟରେ ସେଠାରେ ଏକ ବଡ଼ ପର୍ବ ପାଳନ ହେବାକୁ ଯାଉଛି। ଅନ୍ୟପଟେ ସେଠାରେ ଖରାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri