Posted inଖେଳ

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର ତିନୋଟି ମ୍ୟାଚ୍ ଜିତି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଥିବା ବେଳେ ପାକିସ୍ତାନର ପରବର୍ତ୍ତୀ ରାସ୍ତା କଷ୍ଟକର ହୋଇପଡ଼ିଛି। ବିଶ୍ୱକପ୍ ଇତିହାସରେ ପାକିସ୍ତାନ ବିପକ୍ଷରେ ଭାରତର ବିଜୟ ରେକର୍ଡ ଏବେ ୮-୧ରେ ପହଞ୍ଚିଛି।

ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୭ ୱିକେଟ୍ ହରାଇ ୧୭୫ ରନ୍ ସଂଗ୍ରହ କରିଥିଲା। ଓପନର୍ ଇଶାନ କିଷାନ ମାତ୍ର ୪୦ ବଲ୍‌ରୁ ୭୭ ରନ୍‌ର (୧୦ ଚୌକା, ୩ ଛକା) ଏକ ଦୁର୍ଦ୍ଦଷ ଇନିଂସ ଖେଳି ପାକ୍ ବୋଲରଙ୍କୁ ନାକେଦମ୍ କରିଦେଇଥିଲେ। ସେ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୩୨) ମଧ୍ୟ ଉପଯୋଗୀ ପାଳି ଖେଳିଥିଲେ।

୧୭୬ ରନ୍‌ର ପିଛା କରୁଥିବା ପାକିସ୍ତାନ ଦଳ ପ୍ରାରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଭାରତୀୟ ବୋଲରଙ୍କ ଶୃଙ୍ଖଳିତ ଆକ୍ରମଣ ଆଗରେ ପାକ୍ ବ୍ୟାଟରମାନେ ସମ୍ପୂର୍ଣ୍ଣ ଅସହାୟ ମନେହେଉଥିଲେ। ପାକିସ୍ତାନ ମାତ୍ର ୧୮ ଓଭରରେ ୧୧୪ ରନ୍ କରି ଅଲ୍-ଆଉଟ୍ ହୋଇଯାଇଥିଲା। ଟି-୨୦ ଆନ୍ତର୍ଜାତୀୟରେ ଭାରତ ବିପକ୍ଷରେ ଏହା ପାକିସ୍ତାନର ସବୁଠାରୁ ବଡ଼ ପରାଜୟ।

ଭାରତ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା, ଜସପ୍ରୀତ ବୁମ୍ରା, ଅକ୍ଷର ପଟେଲ ଓ ବରୁଣ ଚକ୍ରବର୍ତ୍ତୀ ପ୍ରତ୍ୟେକ ୨ଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଥିଲେ। ପାକିସ୍ତାନର କୌଣସି ବି ବ୍ୟାଟର କ୍ରିଜ୍‌ରେ ସମୟ ବିତାଇ ପାରିନଥିଲେ।

ପଡ଼ିଆରେ ଲଢ଼େଇ ପୂର୍ବରୁ ଟସ୍ ସମୟରେ ମଧ୍ୟ ଉତ୍ତେଜନା ଦେଖିବାକୁ ମିଳିଥିଲା। ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପାକ୍ ଅଧିନାୟକ ସଲମାନ ଆଘାଙ୍କ ସହ ହାତ ମିଳାଇବାକୁ ମନା କରିଦେଇଥିଲେ, ଯାହା ପୁଣି ଥରେ ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତାକୁ ପଦାରେ ପକାଇଛି।

ଏହି ଶୋଚନୀୟ ପରାଜୟ ପରେ ପାକିସ୍ତାନ ଏବେ ଗ୍ରୁପ୍-ଏ ତାଲିକାର ତୃତୀୟ ସ୍ଥାନକୁ ଖସି ଆସିଥିବା ବେଳେ ଭାରତୀୟ ଦଳ ଶୀର୍ଷ ସ୍ଥାନ ବଜାୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?