Posted inଖେଳ

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର ତିନୋଟି ମ୍ୟାଚ୍ ଜିତି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଥିବା ବେଳେ ପାକିସ୍ତାନର ପରବର୍ତ୍ତୀ ରାସ୍ତା କଷ୍ଟକର ହୋଇପଡ଼ିଛି। ବିଶ୍ୱକପ୍ ଇତିହାସରେ ପାକିସ୍ତାନ ବିପକ୍ଷରେ ଭାରତର ବିଜୟ ରେକର୍ଡ ଏବେ ୮-୧ରେ ପହଞ୍ଚିଛି।

ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୭ ୱିକେଟ୍ ହରାଇ ୧୭୫ ରନ୍ ସଂଗ୍ରହ କରିଥିଲା। ଓପନର୍ ଇଶାନ କିଷାନ ମାତ୍ର ୪୦ ବଲ୍‌ରୁ ୭୭ ରନ୍‌ର (୧୦ ଚୌକା, ୩ ଛକା) ଏକ ଦୁର୍ଦ୍ଦଷ ଇନିଂସ ଖେଳି ପାକ୍ ବୋଲରଙ୍କୁ ନାକେଦମ୍ କରିଦେଇଥିଲେ। ସେ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୩୨) ମଧ୍ୟ ଉପଯୋଗୀ ପାଳି ଖେଳିଥିଲେ।

୧୭୬ ରନ୍‌ର ପିଛା କରୁଥିବା ପାକିସ୍ତାନ ଦଳ ପ୍ରାରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଭାରତୀୟ ବୋଲରଙ୍କ ଶୃଙ୍ଖଳିତ ଆକ୍ରମଣ ଆଗରେ ପାକ୍ ବ୍ୟାଟରମାନେ ସମ୍ପୂର୍ଣ୍ଣ ଅସହାୟ ମନେହେଉଥିଲେ। ପାକିସ୍ତାନ ମାତ୍ର ୧୮ ଓଭରରେ ୧୧୪ ରନ୍ କରି ଅଲ୍-ଆଉଟ୍ ହୋଇଯାଇଥିଲା। ଟି-୨୦ ଆନ୍ତର୍ଜାତୀୟରେ ଭାରତ ବିପକ୍ଷରେ ଏହା ପାକିସ୍ତାନର ସବୁଠାରୁ ବଡ଼ ପରାଜୟ।

ଭାରତ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା, ଜସପ୍ରୀତ ବୁମ୍ରା, ଅକ୍ଷର ପଟେଲ ଓ ବରୁଣ ଚକ୍ରବର୍ତ୍ତୀ ପ୍ରତ୍ୟେକ ୨ଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଥିଲେ। ପାକିସ୍ତାନର କୌଣସି ବି ବ୍ୟାଟର କ୍ରିଜ୍‌ରେ ସମୟ ବିତାଇ ପାରିନଥିଲେ।

ପଡ଼ିଆରେ ଲଢ଼େଇ ପୂର୍ବରୁ ଟସ୍ ସମୟରେ ମଧ୍ୟ ଉତ୍ତେଜନା ଦେଖିବାକୁ ମିଳିଥିଲା। ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପାକ୍ ଅଧିନାୟକ ସଲମାନ ଆଘାଙ୍କ ସହ ହାତ ମିଳାଇବାକୁ ମନା କରିଦେଇଥିଲେ, ଯାହା ପୁଣି ଥରେ ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତାକୁ ପଦାରେ ପକାଇଛି।

ଏହି ଶୋଚନୀୟ ପରାଜୟ ପରେ ପାକିସ୍ତାନ ଏବେ ଗ୍ରୁପ୍-ଏ ତାଲିକାର ତୃତୀୟ ସ୍ଥାନକୁ ଖସି ଆସିଥିବା ବେଳେ ଭାରତୀୟ ଦଳ ଶୀର୍ଷ ସ୍ଥାନ ବଜାୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri