Posted inଖେଳ

୨୪୯ ରନ୍‌ରେ ଅଟକିଲା ଭାରତ

ଦୁବାଇ,୨।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଟୁର୍ନାମେଣ୍ଟର ଭାରତ-ନ୍ୟୁଜିଲାଣ୍ଡର ଅନ୍ତିମ ତଥା ତୃତୀୟ ଲିଗ୍‌ ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ୍‌ କରିଛି। ଫଳରେ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ। ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ ହେନ୍‌ରୀ ଘାତକ ବୋଲିଂ କରି ୫ ଉଇକେଟ ନେଇଥିଲେ ।

ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଷ୍ଟାର ବ୍ୟାଟରଙ୍କୁ ହରାଇ ସଂକଟରେ ପଡ଼ିଥିଲା । ରୋହିତ ଶର୍ମା ୧୫ ରନ୍‌ କରି ଆଉଟ ହୋଇଥିବା ବେଳେ ଶୁବମନ ଗିଲ୍‌ ୨ ରନ୍‌ କରିଥିଲେ।

ସେହିପରି ବିରାଟ କୋହଲି ୧୧ ରନ୍‌ କରି ଆଉଟ ହେବା ପରେ ଭାରତର ୩୦ ରନ୍‌ରେ ୩ ଉଇକେଟ ହରାଇଥିଲା। ହେଲେ ଶ୍ରେୟସ ଆୟର ଏବଂ ଅକ୍ଷର ପଟେଲ ଏକ ଭଲ ପାର୍ଟନରଶିପ୍‌ କରିଥିଲେ। ଆୟର ୭୯ ରନ୍‌ ଏବଂ ଅକ୍ଷର ୪୨ ରନ୍‌ କରି ଦଳର ରନ୍‌ ସ୍କୋରକୁ ଆଗକୁ ନେଇଥିଲେ। ସେହିପରି କେଏଲ୍‌ ରାହୁଲ ୨୩ ରନ୍‌ କରିଥବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ ହେନରୀ ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ରାଚିନ ରବୀନ୍ଦ୍ର, ଓ୍ବିଲିୟମ ଓରୁରକି, ମିଚେଲ ସାଣ୍ଟନର, କାଇଲ ଜେମସନ ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri