ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। ଏହି କ୍ରମରେ ଭାରତ ଜମ୍ମୁ-କାଶ୍ମୀର ସୀମାରେ କରାଯାଉଥିବା ବ୍ୟବସାୟ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। କେନ୍ଦ୍ରସରକାର ଗୁରୁବାର ପାକିସ୍ତାନ ସହ ଜମ୍ମୁ-କଶ୍ମୀର ସୀମାରେ ହେଉଥିବା ସମସ୍ତ ବ୍ୟବସାୟକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୯ରୁ ସୀମାରେ ସମସ୍ତ ବ୍ୟବସାୟକୁ ସ୍ଥଗିତ ରଖାଯିବ ବୋଲି ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ସୀମା ଦେଇ ହେଉଥିବା ବ୍ୟବସାୟରେ କିଛି ଲୋକ ଅପବ୍ୟବହାର କରିବା ସହ ଅସ୍ତ୍ରଶସ୍ତ୍ର, ନିଶା ଦ୍ରବ୍ୟ ଓ ନକଲି ନୋଟର ବ୍ୟବସାୟ ହେଉଥିବା ନେଇ ଯାଞ୍ଚ ଏଜେନ୍ସିକୁ ସୂଚନା ମିଳିଥିଲା। ସପ୍ତାହକୁ ଚାରିଦିନ ପାଇଁ ଏହି ମାର୍ଗ ଦେଇ ଉଭୟ ପଟୁ ବାଣିଜ୍ୟ କାରବାର କରାଯାଇଥାଏ। ଏହି ସବୁ ଦ୍ରବ୍ୟ ମୁଖ୍ୟତଃ ପ୍ରତ୍ୟକ୍ଷ ଭାବେ ବିଭିନ୍ନ ସାମଗ୍ରୀର ଦେଣନେଣ ଓ ନିଃଶୁଳ୍କ ଭିତ୍ତିରେ କରାଯାଇଥାଏ। ତେବେ ସୀମା ସହ ଜଡିତ କିଛି ମାମଲାର ଏନଆଇଏ ତଦନ୍ତ କରୁଥିବା ବେଳେ ବାଣିଜ୍ୟ ବ୍ୟବସ୍ଥାକୁ  ନେଇ ବ୍ୟାପକ ଭାବେ ଅପବ୍ୟବହାର କରାଯାଉଛି ବୋଲି ତାକୁ ସୂଚନା ମିଳିଥିଲା। ବ୍ୟବସାୟ କରୁଥିବା ଲୋକଙ୍କ ମଧ୍ୟରେ  ଅଧିକ ଆତଙ୍କବାଦ ଓ ବିଚ୍ଛିନ୍ନତାବାଦ ଲୋକ ସାମିଲ ଥିବା ଜଣାପଡିଛି। ସେମାନେ  ଆତଙ୍କବାଦୀ ସଂଗଠନ ସହ ଜଡିତ ଥିବା ସୂଚନା ମିଳିଛି। ଯାହାଫଳରେ ଜମ୍ମୁ-କଶ୍ମୀରରୁ ଇସଲମାବାଦ ଓ ଚକ୍କା-ଦା-ବାଦରେ ବ୍ୟବସାୟକୁ ସ୍ଥଗିତ ରଖିବାକୁ  ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ଗୁଇନ୍ଦା ବିଭାଗ ସହ ଆଲୋଚନା କରିବା ପରେ ପୁଣି ଥରେ ଏଲଓସିକୁ ଖୋଲିବା ଉପରେ ବିଚାର କରାଯିବ ବୋଲି ଗୃହମନ୍ତ୍ରାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri