ଅଣ-ବାସୁମତୀ ଚାଉଳ ରପ୍ତାନୀ ବନ୍ଦ କଲା ଭାରତ: ଆମେରିକା ସୁପର ମାର୍କେଟରେ ଲମ୍ବାଲାଇନ…

ଓ୍ବାଶିଂଟନ,୨୬।୭ : ନିକଟରେ ଚାଉଳ ରପ୍ତାନି ସମ୍ପର୍କରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାର ବାସୁମତୀ ଚାଉଳ ବ୍ୟତୀତ ସମସ୍ତ ପ୍ରକାର ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ପାର୍ବଣ ଋତୁରେ ଘରୋଇ ଚାହିଦା ବୃଦ୍ଧି ଏବଂ ଖୁଚୁରା ମୂଲ୍ୟ ଉପରେ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷେଧାଦେଶର ମୁଖ୍ୟ ପ୍ରଭାବ ଆମେରିକାର ବଜାରରେ ଦେଖାଯାଉଛି ଏବଂ ଦୋକାନ ବଜାରରେ ଚାଉଳ କିଣିବାକୁ ଲୋକଙ୍କ ମଧ୍ୟରେ ତତ୍ପରତା ଦେଖାଦେଇଛି ।

ଗତ ସପ୍ତାହରେ ଖାଦ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଥିଲା ବାସୁମତୀ ଚାଉଳ ଏବଂ ସମସ୍ତ ପ୍ରକାର ଉସୁନା ଚାଉଳର ରପ୍ତାନି ନୀତିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ କେବଳ ଅଣ-ବାସୁମତୀ ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଯଦିଓ ବାସୁମତୀ ଚାଉଳ ଭାରତରୁ ବହୁ ପରିମାଣରେ ରପ୍ତାନି ହୋଇଥାଏ। ଘରୋଇ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଅଣ-ବାସୁମତୀ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ପରେ ଆମେରିକାରେ ଚାଉଳ କିଣିବା ପାଇଁ ଗହଳି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଚାଉଳ ରପ୍ତାନି ଉପରେ ଭାରତର ନିଷେଧାଦେଶର ପ୍ରଭାବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା  ଭିଡିଓରୁ ଜାଣିହେଉଛି। ସ୍ଥାନୀୟ ଲୋକମାନେ ସେଠାରେ ଥିବା ଷ୍ଟୋରର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଆମେରିକା ସୁପର ମାର୍କେଟରେ ଲମ୍ବାଲାଇନ ଦେଖିବାକୁ ମିଳୁଛି। ରିପୋର୍ଟରେ କୁହାଯାଇଛି ଛୁଟି ନେଇ ଲୋକମାନେ ଚାଉଳ କିଣିବାକୁ ଧାଡି ବାନ୍ଧୁଛନ୍ତି। ପ୍ରତ୍ୟେକ ବ୍ୟକ୍ତି ଦୋକାନରୁ ୧୦-୧୦ପ୍ୟାକେଟ ଚାଉଳ କିଣୁଥିବାର ଦେଖାଯାଉଛି। ଆମେରିକାରେ ୯ କିଲୋଗ୍ରାମ ଚାଉଳର ଏକ ପ୍ୟାକେଟ ଦାମ ୨୭ ଡଲାର (୨୨୧୫ ଟଙ୍କା) ରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?