ବଂଶୀକୁ ଲକ୍ଷ୍ୟଭେଦ କଲା ଏମ୍‌ଆର୍‌ଏସ୍‌ଏଏମ୍‌

ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ବୁଧବାର ଅପରାହ୍ନ ୩ଟା ୫୫ମିନିଟ୍‌ରେ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି। ଭାରତ-ଇସ୍ରାଏଲ ମିଳିତ ସହଯୋଗରେ ଏମ୍‌ଆର୍‌ଏସଏଏମ୍‌(ମିଡ଼ିୟମ୍‌ ରେଞ୍ଜ ସର୍‌ଫେସ ଟୁ ଏୟାର ମିଶାଇଲ)କୁ ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପରୀକ୍ଷଣ କରାଯାଇଥିଲା। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇ ପାରୁଥିବା ଏହି କ୍ଷେପଣାସ୍ତ୍ର ନିର୍ଦ୍ଧାରିତ ସମୟରେ ବଂଶୀକୁ ଲକ୍ଷ୍ୟଭେଦ କରିଥିଲା। ଏହା ସଫଳ ହୋଇଛି ବୋଲି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ପକ୍ଷରୁ କୁହାଯାଇଛି। ଏହି କ୍ଷେପଣାସ୍ତ୍ରର ରେଞ୍ଜ ୧୦୦ କିଲୋମିଟର ଥିବାବେଳେ ୪.୫ମିଟର ଲମ୍ବ, ଓଜନ ୨.୭ ଟନ୍‌ ଏବଂ ୬୦ କିଲୋ ଓଜନର ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି। ପରୀକ୍ଷଣ ବେଳେ ସେନାବାହିନୀ ଓ ଡିଆର୍‌ଡିଓର ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହି କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ପରୀକ୍ଷଣ କେନ୍ଦ୍ରର ଅଢ଼େଇକିଲୋମିଟର ବ୍ୟାସାର୍ଦ୍ଧ ପରିମିତ ସ୍ଥଳଭାଗରେ ଥିବା ତୁଣ୍ଡୁରା, ଜୟଦେବ କସବା ଓ ଖଡୁପାହି ଅଞ୍ଚଳର ପ୍ରାୟ ୭୮୭ ପରିବାରରୁ ୨୧୧୧ ଜଣ ବୟସ୍କ, ୮୧୨ ଜଣ ପିଲା ଏବଂ ୩ହଜାର ଶ୍ରମିକଙ୍କୁ ଅସ୍ଥାୟୀ ଶିବିରରେ ରହିବାର ବ୍ୟବସ୍ଥା କରାଯାଇଥିଲା। ସାମୟିକ ଭାବେ ଉଚ୍ଛେଦ ଲାଗି କ୍ଷତିପୂରଣ ବ୍ୟବସ୍ଥା କରାଯାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ସକାଳଠାରୁ ଏମାନଙ୍କୁ ଅସ୍ଥାୟୀ ଶିବିରରେ ରହିବାର ବ୍ୟବସ୍ଥା କରାଯାଇଥିଲା। ସେଥିପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯାଇଥିଲା। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇଥିବା ଏହି ଅତ୍ୟାଧୁନିକ ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ରର ପରୀକ୍ଷା ପାଇଁ ଡିଆର୍‌ଡିଓ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri