Posted inଜାତୀୟ

୧ ହଜାର କେଜି ଯୁଦ୍ଧାସ୍ତ୍ର ସହ ଶତ୍ରୁକୁ ଧ୍ୱଂସ କରିବ ମିସାଇଲ‘ପ୍ରଳୟ’

ନୂଆଦିଲ୍ଲୀ,୨୨।୧୨: ଭୁପୃଷ୍ଠରୁ ଭୁପୂଷ୍ଠକୁ ନିକ୍ଷେପ କରୁଥିବା ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ‘ପ୍ରଳୟ’ର ବୁଧବାର ସଫଳ ପରୀକ୍ଷଣ କରିଛି ଭାରତ। ଓଡ଼ିଶା ଉପକୂଳସ୍ଥିତ ବାଲେଶ୍ୱରର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପୂର୍ବାହ୍ନ ୧୦ଟା ୩୦ରେ ଏହାର ପରୀକ୍ଷଣ କରାଯାଇଥିଲା। ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ବାଲେଷ୍ଟିକ୍‌ ମିସାଇଲ ପରୀକ୍ଷା ବେଳେ ମିଶନର ସମସ୍ତ ଉଦ୍ଦେଶ୍ୟ ପୂରଣ କରିଛି ବୋଲି ପ୍ରତିରକ୍ଷା ଅନୁସନ୍ଧାନ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ କୁହାଯାଇଛି।

“ପ୍ରଳୟ ଏକ ଅର୍ଦ୍ଧ ବାଲେଷ୍ଟିକ ଭୁପୃଷ୍ଠରୁ ଭୁପୃଷ୍ଠକୁ ନିକ୍ଷେପ କରୁଥିବା ମିସାଇଲ। ଏହି ମିସାଇଲ ଦ୍ୱାରା ଇଣ୍ଟରସେପ୍ଟର ମିସାଇଲକୁ ପ୍ରତିହିତ କରାଯାଇପାରିବ। ନିର୍ଦ୍ଧିଷ୍ଟ ଦୂରତା ଉଡାଣ ଭରିବା ପରେ ଏହା ପାଖରେ ଦିଗ ପରିବର୍ତ୍ତନ କରିବାର କ୍ଷମତା ରହିଛି” ବୋଲି କୁହାଯାଇଛି।

ପରୀକ୍ଷା ବେଳେ ମିସାଇଲର ଗତିପଥ ତଦାରଖ କରିବା ଲାଗି ଟ୍ରାକିଂ ଯନ୍ତ୍ରାଂଶ ବ୍ୟବହାର କରାଯାଇଥିଲା। ପ୍ରଳୟ ମିସାଇଲ ୩୫୦ରୁ ୫୦୦ କିମି ଦୂରତା ମଧ୍ୟରେ ଟାର୍ଗେଟକୁ ଧ୍ୱଂସ କରିପାରିବ। ଏଥିସହିତ ଏହା ସୁରକ୍ଷିତ ଭାବେ ୫୦୦ରୁ ୧ ହଜାର କେଜି ବିସ୍ଫୋରକ ନେଇପାରିବ। ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି ଡିଆରଡିଓ ଏବଂ ଏହି ପରୀକ୍ଷଣ ସହ ଜଡ଼ିତ ଟିମ୍‌କୁ ଶୁଭେଚ୍ଛା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri