ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଜାତିସଂଘରେ ପାଲେଷ୍ଟାଇନମାନଙ୍କୁ ସମର୍ଥନ କଲା ଭାରତ

ନୁୟର୍କ, ୨୯।୧୧: ପ୍ରଥମ ଥର ପାଇଁ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ସଂଯୁକ୍ତ ରାଷ୍ଟ୍ର (ୟୁଏନ୍‌) ରେ ଭାରତ ଖୋଲାଖୋଲି ଭାବେ ପ୍ରତିକ୍ରିୟା ଦେଇଛି। ଜାତିସଂଘର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ଭାରତ ଏବଂ ପାଲେଷ୍ଟାଇନୀୟମାନଙ୍କ ସହ ଦୀର୍ଘ ଦିନର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ବିବାଦରେ ସାଧାରଣ ନାଗରିକଙ୍କ ଜୀବନର କ୍ଷତି ସ୍ବୀକାର କରାଯାଇପାରିବ ନାହିଁ।

ରୁଚିରା କମ୍ବୋଜ ଭାରତ ଏବଂ ପାଲେଷ୍ଟାଇନ ମଧ୍ୟରେ ଗଭୀର ଐତିହାସିକ ସମ୍ପର୍କ ଏବଂ ପାଲେଷ୍ଟାଇନକୁ ରାଜ୍ୟ, ଶାନ୍ତି ଏବଂ ସମୃଦ୍ଧତା ପାଇଁ ନିରନ୍ତର ସମର୍ଥନ ଜଣାଇଛନ୍ତି। ସେ କହିଛନ୍ତି, ଆଜି ଆମେ ଏଠାରେ ଏକ ସମୟରେ ଏକାଠି ହୋଇଛୁ ଯେତେବେଳେ ଇସ୍ରାଏଲ-ହମାସ ଯୁଦ୍ଧ ଯୋଗୁ ମଧ୍ୟ ପୂର୍ବର ସୁରକ୍ଷା ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି । ଏହି ଅଞ୍ଚଳରେ ସାଧାରଣ ନାଗରିକମାନେ ପ୍ରାଣ ହରାଉଛନ୍ତି। ଏଥିମଧ୍ୟରୁ ମହିଳା ଏବଂ ଶିଶୁଙ୍କ ଜୀବନ ସର୍ବାଧିକ ରହିଛି। ଏହା ଏକ ବିପଜ୍ଜନକ ମାନବିକ ସଙ୍କଟ। ସାଧାରଣ ନାଗରିକଙ୍କ ମୃତ୍ୟୁକୁ ଆମେ ଦୃଢ ନିନ୍ଦା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କବାଦୀଙ୍କୁ ‘ସ୍ୱାଧୀନତା ସଂଗ୍ରାମୀ’ କହିଲେ ପାକିସ୍ତାନ ଉପ-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପହଲଗାମରେ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଦାର ‘ସ୍ୱାଧୀନତା ସଂଗ୍ରାମୀ’ ବୋଲି ସମ୍ବୋଧନ କରି ଏକ ବିବାଦୀୟ ମନ୍ତବ୍ୟ...

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

‘ହମାସ ନେତାମାନେ POK ଗସ୍ତ କରିଥିଲେ’: ଇସ୍ରାଏଲ କୂଟନୀତିକଙ୍କ ଦାବି, ପାକିସ୍ତାନ ଓ ଲସ୍କର ସହ ହମାସର ସମ୍ପର୍କ

ନୂଆଦିଲ୍ଲୀ, ୨୫।୪: ଇସ୍ରାଏଲର ଜଣେ ବରିଷ୍ଠ କୂଟନୀତିକ ଏକ ଚାଞ୍ଚଲ୍ୟକର ଦାବି କରି କହିଛନ୍ତି ଯେ, ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସର ନେତାମାନେ ପାକିସ୍ତାନ ଅଧିକୃତ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri