Posted inଖେଳ

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ପ୍ରଥମ ଥର ପାଇଁ ଜାତୀୟ ଦଳରେ ସ୍ଥାନ ପାଇଛନ୍ତି।

ଆୟର୍ଲାଣ୍ଡ ବିପକ୍ଷରେ ଭାରତର T-20 ସ୍କାଡ
ଶ୍ରେୟସ ଆୟର (କ୍ୟାପଟେନ), ଅଭିଷେକ, ସଞ୍ଜୁ, ଇଶାନ କିଶାନ, ଶିବମ ଦୁବେ, ତିଲକ ବର୍ମା, ନୀତୀଶ କୁମାର ରେଡ୍ଡୀ, ଅକ୍ଷର ପଟେଲ, ୱାଶିଂଟନ, ବରୁଣ, ବିଷ୍ଣୁ, ସିରାଜ, ହର୍ଷିତ ରାଣା, ଅର୍ଶଦୀପ ସିଂ, ରାଜକୁମାର ଯାଦବ, ବୈଭବ ସୂର୍ଯ୍ୟବାଂଶୀ।
ଇଂଲଣ୍ଡ ବିପକ୍ଷରେ ଭାରତର T-20 ସ୍କାଡ
ଶ୍ରେୟସ ଆୟର (କ୍ୟାପଟେନ), ତିଲକ qର୍ମା (ଉପ-ଅଧିନାୟକ), ରବି ବିଷ୍ଣୁ, ଅଭିଷେକ ଶର୍ମା, ନୀତୀଶ କୁମାର ରେଡ୍ଡୀ, ମହମ୍ମଦ ସିରାଜ, ସଞ୍ଜୁ ସାମସନ, ଅକ୍ଷର ପଟେଲ, ହର୍ଷିତ ରାଣା, ଇଶାନ କିଶାନ, ୱାଶିଂଟନ ସୁନ୍ଦର, ଅର୍ଶଦୀପ ସିଂ, ଶିବମ ଦୁବ, ବରୁଣ ଚକ୍ରବର୍ତ୍ତି।

ଭାରତ ବନାମ ଆୟର୍ଲାଣ୍ଡ T20 କାର୍ଯ୍ୟସୂଚୀ
ଆଫଗାନିସ୍ତାନ ବିପକ୍ଷ ODI ସିରିଜ ପରେ ଭାରତୀୟ ଦଳ ଆୟର୍ଲାଣ୍ଡ ଗସ୍ତ କରିବ। ସେଠାରେ ଦୁଇଟି ମ୍ୟାଚ ବିଶିଷ୍ଟ T-20 ସିରିଜ ଖେଳାଯିବ। ପ୍ରଥମ ମ୍ୟାଚ ଜୁନ ୨୬ ଏବଂ ଦ୍ୱିତୀୟ ମ୍ୟାଚ ଜୁନ ୨୮ରେ ଅନୁଷ୍ଠିତ ହେବ। ଉଭୟ ମ୍ୟାଚ ବେଲଫାଷ୍ଟରେ ଅନୁଷ୍ଠିତ ହେବ।

ଭାରତ ବନାମ ଇଂଲଣ୍ଡ ଟି୨୦ ସୂଚୀ
ଆୟାରଲ୍ୟାଣ୍ଡ ଗସ୍ତ ପରେ, ଭାରତୀୟ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ସହିତ ଇଂଲଣ୍ଡ ଗସ୍ତ କରିବ। ପ୍ରଥମ ଟି୨୦ ମ୍ୟାଚ ଜୁଲାଇ ୧ରେ ରିଭରସାଇଡ ଗ୍ରାଉଣ୍ଡରେ ଖେଳାଯିବ। ଏହି ମ୍ୟାଚ ରାତି ୧୦ଟାରେ ଭାରତୀୟ ସମୟ ଅନୁସାରେ ଆରମ୍ଭ ହେବ।
ସମସ୍ତ ପାଞ୍ଚ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଏଠାରେ ଅଛି:
ଜୁଲାଇ ୧ ରିଭରସାଇଡ ଗ୍ରାଉଣ୍ଡ (ରାତି ୧୦ଟାରୁ)
ଜୁଲାଇ ୪ ଓଲ୍ଡ ଟ୍ରାଫୋର୍ଡ କ୍ରିକେଟ ଗ୍ରାଉଣ୍ଡ (ରାତି ୭ଟାରୁ)
ଜୁଲାଇ ୭ ଟ୍ରେଣ୍ଟ ବ୍ରିଜ (ରାତି ୧୦ଟାରୁ)
ଜୁଲାଇ ୯ ଗ୍ଲୋଷ୍ଟରଶାୟାର (ରାତି ୧୦ଟାରୁ)
ଜୁଲାଇ ୧୧ ଦି ଏଜିଆସ ବୋଲ (ରାତି ୭ଟାରୁ)।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri