Posted inଖେଳ

ଭାରତ କବ୍‌ଜାରେ ଦ୍ୱିତୀୟ ଟେଷ୍ଟ

ଚେନ୍ନାଇ, ୧୪।୨: ସ୍ଥାନୀୟ ଚେପକ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ୨ୟ ଦିନ ସୁଦ୍ଧା ଭାରତ କବ୍‌ଜାରେ ରହିଛି। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୩୦୦/୬)ରୁ ବ୍ୟାଟିଂ ଆରମ୍ଭ କରିଥିବା ଘରୋଇ ଦଳ ୩୨୯ ରନ୍‌ରେ ସୀମିତ ରହିଥିଲା। ଏହାପରେ ରବିଚନ୍ଦ୍ରନ ଅଶ୍ୱିନ ଯାଦୁଗରି ବୋଲିଂ ଆଗରେ ଇଂଲଣ୍ଡ ଦଳର କୌଣସି ବ୍ୟାଟ୍ସମ୍ୟାନ ଛିଡ଼ା ହୋଇପାରି ନ ଥିଲେ। ଫଳରେ ପୂରା ଭ୍ରମଣକାରୀ ଦଳ ଅଲଆଉଟ୍‌ ହୋଇଯାଇଥିଲା ମାତ୍ର ୧୩୪ ରନ୍‌ରେ। ଦଳର ୪ ଜଣ ଖେଳାଳିଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ଆଉ ପ୍ରଥମ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ (୬) ମଧ୍ୟ ବିଫଳ ହୋଇଥିଲେ। ଅଶ୍ୱିନ ୫ ଉଇକେଟ ସଫଳତା ହାତେଇଥିବାବେଳେ ଈଶାନ୍ତ ଶର୍ମା ଓ ପଦାର୍ପଣକାରୀ ଅକ୍ଷର ପଟେଲ ନେଇଥିଲେ ୨ ଲେଖାଏ ଉଇକେଟ।

୧୯୫ ରନ୍‌ର ଅଗ୍ରଣୀ ହାସଲ କରିଥିବା ଟିମ୍‌ ଇଣ୍ଡିଆ ତା’ର ଦ୍ୱିତୀୟ ଇନିଂସ ବ୍ୟାଟିଂ କରି ୨ୟ ଦିନ ସୁଦ୍ଧା ଶୁବମାନ ଗିଲ(୧୪)ଙ୍କ ଉଇକେଟ ହରାଇ ୫୪ ରନ୍‌ କରିଛି। ଫଳରେ ହାତରେ ୯ ଉଇକେଟ ବାକି ଥିବାବେଳେ ୨୪୯ ରନ୍‌ର ଅଗ୍ରଣୀ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri