Posted inଖେଳ

ପ୍ରତିଶୋଧ ନେବ ଭାରତ: ୬ ମାସ ଭିତରେ ଦ୍ୱିତୀୟଥର ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍‌ରେ ଖେଳାଯିବ ଫାଇନାଲ୍‌

ନୂଆଦିଲ୍ଲୀ,୮।୨: ଅଣ୍ଡର-୧୯ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୧ ଉଇକେଟରେ ପରାସ୍ତ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ରଖି ଖେଳିଥିଲା ଏବଂ ଏହି ବିଜୟ ସହିତ ସେମାନେ ଭାରତ ବିପକ୍ଷ ଫାଇନାଲ ଖେଳିବାକୁ ସ୍ଥାନ ସୁରକ୍ଷିତ କରିଥିଲେ। ଫେବୃଆରୀ ୧୧ରେ ବେନୋନିର ୱିଲିମୁର ପାର୍କରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟାଇଟଲ ମ୍ୟାଚ ଖେଳାଯିବ।
୬ ମାସ ମଧ୍ୟରେ ଏହା ଦ୍ୱିତୀୟ ଥର ପାଇଁ ଭାରତ ଏବଂ ଅଷ୍ଟ୍ରେଲିଆ ଆଇସିସି ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶେଷ ଥର ପାଇଁ ପୁରୁଷ ବିଶ୍ୱକପ ୨୦୨୩ରେ ଦୁଇ ଦଳ ମଧ୍ୟରେ ଏକ ଫାଇନାଲ୍‌ ମ୍ୟାଚ ହୋଇଥିଲା। ଏଥିରେ କଙ୍ଗାରୁ ଦଳ ଜିତିଥିଲା। ଏଥର ଟିମ ଇଣ୍ଡିଆ ଅଣ୍ଡର-୧୯ ବିଶ୍ୱକପ ଫାଇନାଲରେ ସେହି ପରାଜୟର ବଦ୍‌ଲା ନେବାକୁ ଚାହୁଁଛି।
୧୧ ଫେବୃଆରୀରେ ଭାରତ ଏବଂ ଅଷ୍ଟ୍ରେଲିଆ ବିଶ୍ୱକପରେ ପୁଣି ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ଅଣ୍ଡର-୧୯ ବିଶ୍ୱକପ ଫାଇନାଲରେ ଅଛନ୍ତି। ଏହି ବିଶ୍ୱକପ୍ରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ହରାଇ ନାହାଁନ୍ତି। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆ ଫାଇନାଲରେ କଙ୍ଗାରୁକୁ ପରାସ୍ତ କରି ବିଶ୍ୱକପ ୨୦୨୩ର ପରାଜୟର ପ୍ରତିଶୋଧ ନେବାକୁ ଚାହୁଁଛି। ଭାରତରୁ ଅଧିନାୟକ ଉଦୟ ସାହାରନ, ମୁଶୀର ଖାନ, ସଚିନ ଧାସ, ସୋମି ପାଣ୍ଡେଙ୍କ ଭଳି ଖେଳାଳିମାନେ ଭଲ ଫର୍ମରେ ଅଛନ୍ତି। ଏହି ଖେଳାଳିଙ୍କୁ ଫାଇନାଲରେ ଭାରତ ଜିତିବା ଦାୟିତ୍ୱ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri