Posted inଖେଳ

ହଠାତ୍‌ ଟିମ୍‌ ଇଣ୍ଡିଆ ଡ୍ରେସିଂ ରୁମ୍‌ରେ ଗାଳି ଦେବାକୁ ଲାଗିଲେ ଗମ୍ଭୀର, ସେମିଫାଇନାଲରେ କ’ଣ ଏମିତି ହେଲା?

ଦୁବାଇ,୪।୩: ଦୁବାଇର ଗ୍ରାଉଣ୍ଡରେ ଟିମ୍‌ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ଜାରି ରହିଛି। ଉଭୟ ଦଳ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିବାକୁ ଚାହୁଁଥିବାରୁ ମ୍ୟାଚ୍‌ର ଗୁରୁତ୍ୱ ରହିଛି। ଏମିତିରେ ଅଷ୍ଟ୍ରେଲିଆର ଉଇକେଟ ଯିବା ସମୟରେ କେବଳ ଭାରତୀୟ ଖେଳାଳି ଏବଂ ପ୍ରଶଂସକମାନେ ଉତ୍ସାହିତ ହେଉ ନ ଥିଲେ, ବରଂ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ମଧ୍ୟ ଖୁସିବ୍ୟକ୍ତ କରୁଥିଲେ। ହେଲେ କିନ୍ତୁ ଷ୍ଟିଭ ସ୍ମିଥ୍‌ଙ୍କ ଉଇକେଟ ପଡ଼ିବା ପରେ ଗୌତମ ଗମ୍ଭୀର ନିଜର ନିୟନ୍ତ୍ରଣ ହରାଇ ରାଗରେ ଗାଳି ଦେଉଥିବା ନଜର ଆସିଛି।

ଯେତେବେଳେ ଟିମ୍‌ ଇଣ୍ଡିଆ ଟ୍ରାଭିସ ହେଡ୍‌ଙ୍କ ଉଇକେଟ ନେଇଥିଲା, ଗୌତମ ଗମ୍ଭୀର ମଧ୍ୟ ବହୁତ ଖୁସି ହୋଇଯାଇଥିଲେ। ସେ ଦୁଇ ହାତ ଉଠାଇ ତାଳି ମାରିଥିଲେ। ସେହିଭଳି ସ୍ମିଥ ଆଉଟ ହେବା ପରେ ଗମ୍ଭୀର ମଧ୍ୟ ବହୁତ ଉତ୍ସାହିତ ହୋଇ ସିଟ୍‌ରେ ବସି ରାଗରେ ଗାଳି ଦେଇଦେଲେ। ଏବେ ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାରତ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଷ୍ଟିଭ ସ୍ମିଥ୍‌ ଏକ ଚମତ୍କାର ଅଧିନାୟକ ଇନିଂସ ଖେଳିବାରେ ସଫଳ ହୋଇଥିଲେ। ସେ ତାଙ୍କ ଦଳ ପାଇଁ ସର୍ବାଧିକ ରନ ସ୍କୋରର ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ୯୬ ବଲ ଖେଳି ୭୩ ରନ କରିଥିଲେ। ଏହି ଅର୍ଦ୍ଧଶତକରେ ତାଙ୍କ ବ୍ୟାଟରୁ ଚାରୋଟି ଚୌକା ଏବଂ ଗୋଟିଏ ଛକା ଆସିଥିଲା। ସ୍ମିଥଙ୍କ ଉଇକେଟ ମହମ୍ମଦ ଶାମି ଏକ ଫୁଲ-ଟସ ବଲ୍‌ରେ ନେଇଥିଲେ। ଶାମି ଅଷ୍ଟ୍ରେଲୀୟ ଅଧିନାୟକଙ୍କୁ ଆଉଟ କରି ପାଭିଲିୟନ ପଠାଇ ଦେଇଥିଲେ।

ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ସମ୍ପୂର୍ଣ୍ଣ ୫୦ ଓଭର ମଧ୍ୟ ଖେଳିପାରି ନ ଥିଲା। ଭାରତୀୟ ବୋଲରଙ୍କ ସାମ୍ନାରେ ୪୯.୩ ଓଭରରେ ୨୬୪ ରନରେ ଅଲଆଉଟ ହୋଇଯାଇଥିଲା। ଷ୍ଟିଭଙ୍କ ୭୩ ରନ ବ୍ୟତୀତ ଆଲେକ୍ସ କେରି ୫୭ ବଲରେ ୬୧ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଟ୍ରାଭିସ ହେଡ ୩୩ ବଲ୍‌ରେ ୩୯ ରନ କରିଥିଲେ। ଭାରତ ପକ୍ଷରୁ ମହମ୍ମଦ ଶାମି ସର୍ବାଧିକ ୩ ଉଇକେଟ ନେଇଥିଲେ। ସେହିଭଳି ବରୁଣ ଚକ୍ରବର୍ତ୍ତୀ ଏବଂ ରବିନ୍ଦ୍ର ଜାଡେଜା ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅକ୍ଷର ପଟେଲଙ୍କୁ ଗୋଟିଏ ଲେଖାଏ ସଫଳତା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?