ଭାରତ ପାଖରେ ବଡ଼ ସୁଯୋଗ

ସେଣ୍ଟ ଲୁସିଆ, ୨୫।୬: ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ଅପରାଜେୟ ରହିଛି ଟିମ୍‌ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୫ ରନ କରିଥିବାବେଳେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ କରିବାକୁ ସକ୍ଷମ ହୋଇଥିଲା। ୨୦୦୭ରେ ଉଦ୍‌ଘାଟନୀ ସଂସ୍କରଣରେ ଚାମ୍ପିୟନ ଭାରତ ୨୦୧୪ରେ ରନରଅପ୍‌ ହୋଇଥିଲା ଏବଂ ୨୦୧୬ ଓ ୨୦୨୨ରେ ସେମିଫାଇନାଲରୁ ବିଦାୟ ନେଇଥିଲା। ଏଥର ସେମିଫାଇନାଲରେ ଇଂଲଣ୍ଡକୁ ଭେଟିବ ଭାରତ। ମ୍ୟାଚଟି ୨୭ ତାରିଖରେ ଗୁଏନାରେ ଅନୁଷ୍ଠିତ ହେବ। ୨୦୨୨ ସେମିଫାଇନାଲରେ ଭାରତ ୧୦ ଉଇକେଟରେ ଇଂଲଣ୍ଡଠାରୁ ହାରି ବିଦାୟ ନେଇଥିଲା। ଏହାର ମଧୁର ପ୍ରତିଶୋଧ ନେବାକୁ ଭାରତ ନିକଟରେ ସୁଯୋଗ ଆସିଛି।

ସୂଚନା ଥାଉକି, ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଥିଲେ। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?