Posted inଖେଳ

‘ଏହା ମୋ କ୍ୟାରିୟରର ଶେଷ ସିଜନ’

ନୂଆଦିଲ୍ଲୀ,୧୯।୧: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଚଳିତ ସିଜନ ପରେ ଅନ୍ତର୍ଜାତୀୟ ଟେନିସରୁ ସନ୍ନ୍ୟାସ ନେବେ। ଚଳିତ ଅଷ୍ଟ୍ରେଲିଆନ ଓପନର ମହିଳା ଡବଲ୍ସ ବର୍ଗରେ ପ୍ରଥମ ରାଉଣ୍ଡରେ ପରାଜୟ ସହ ବିଦାୟ ନେବା ପରେ ଏଭଳି ଘୋଷଣା କରିଛନ୍ତି ପୂର୍ବତନ ନଂ୧ ଡବଲ୍ସ ମହିଳା ଖେଳାଳି। ଟୁର୍ନାମେଣ୍ଟରେ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥି କରି ଖେଳିଥିଲେ ସାନିଆ। ଏହି ଯୋଡ଼ିକୁ ସିଧାସଳଖ ସେଟ୍‌ରେ ୪-୬, ୬-୭ ବ୍ୟବଧାନରେ ସ୍ଲୋଭେନିଆର କାଜା ଜୁଭାନ ଓ ତାମାରା ଜିଡାନସେକ ହରାଇ ଦେଇଛନ୍ତି।

“ଏଭଳି ନିଷ୍ପତ୍ତି ପଛରେ ଅନେକ କାରଣ ରହିଛି। ମୋତେ ଆହତ ସମସ୍ୟାରୁ ମୁକୁଳିବା ପାଇଁ ଅପେକ୍ଷାକୃତ ଅଧିକ ସମୟ ଲାଗୁଛି। ସର୍ବଦା ଟ୍ରାଭେଲିଂ ବେଳେ ମୋର ୩ ବର୍ଷୀୟ ପୁଅକୁ ମଧ୍ୟ ବିପଦରେ ପକାଉଛି। ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି। ମୋତେ ଲାଗୁଛି ମୋ ଶରୀର ପୂର୍ବଭଳି ଫିଟ୍‌ ନାହିଁ। ମୋ ଆଣ୍ଠୁରେ ଆଜି ଆଘାତ ଲାଗିଛି। ଏହା ଆମ ପରାଜୟର କାରଣ ବୋଲି ମୁଁ କହୁନାହିଁ। କିନ୍ତୁ ବୟସ ବଢ଼ୁଥିବାରୁ ଆହତ ସମସ୍ୟାରୁ ମୁକୁଳିବାକୁ ସମୟ ଲାଗୁଛି” ବୋଲି ମିର୍ଜା କହିଛନ୍ତି।

କ୍ୟାରିୟରର ୬ଥର ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସାନିଆ ଚଳିତ ସିଜନ ଶେଷ ପର୍ଯ୍ୟନ୍ତ ଖେଳ ଜାରି ରଖିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri