Posted inଖେଳ

ଇଂଲଣ୍ଡକୁ ଧୂଳି ଚଟେଇଲା ଭାରତ: ଚମକିଲେ ଗିଲ୍‌-ଜୁରେଲ୍‌

ରାଞ୍ଚି,୨୬।୨: ଚତୁର୍ଥ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ  ୩-୧ ଅଗ୍ରଣୀ ହାସଲ କରିଛି। ଭାରତ ପାଇଁ ଧ୍ରୁବ ଜୁରେଲ ଏବଂ ଶୁବମାନ ଗିଲ ଷଷ୍ଠ ଉଇକେଟ ପାଇଁ ଅପରାଜିତ ୭୨ ରନ ଭାଗିଦାରୀ କରିଥିଲେ। ଜୁରେଲଙ୍କ ବ୍ୟାଟରୁ ବିଜୟ ରନ ଆସିଥିଲା। ସେ ଦୁଇଟି ରନ ନେଇ ମ୍ୟାଚ ଜିତିଥିଲେ। ଜୁରେଲ ୩୯ ରନରେ ଏବଂ ଶୁବମାନ ୫୨ ରନରେ ଅପରାଜିତ ରହିଥିଲେ। ଏହା ବ୍ୟତୀତ ଅଧିନାୟକ ରୋହିତ ଶର୍ମା ୫୫ ରନର ଇନିଂସ ଖେଳିଥିଲେ।
ଶୁବମନ ଗିଲ ତାଙ୍କ ଟେଷ୍ଟ କ୍ୟାରିୟରର ଷଷ୍ଠ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଧ୍ରୁବ ଜୁରେଲଙ୍କ ସହ ୫୦ରୁ ଅଧିକ ରନର ଭାଗିଦାରୀ ମଧ୍ୟ କରିଥିଲେ।
ଜିତିବା ପାଇଁ ଭାରତ ୧୯୨ ରନ ଲକ୍ଷ୍ୟ ରଖିଥିଲା। ଟସ ଜିତିବା ପରେ ଇଂଲଣ୍ଡ ପ୍ରଥମ ଇନିଂସରେ ୩୫୩ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତର ପ୍ରଥମ ଇନିଂସ ୩୦୭ ରନରେ ଶେଷ ହୋଇଥିଲା। ଇଂଲଣ୍ଡ ଦଳ ୪୬ ରନର ଅଗ୍ରଣୀ ସହ ଦ୍ୱିତୀୟ ଇନିଂସରେ ପ୍ରବେଶ କରିଥିଲା। ଇଂଲଣ୍ଡର ଦ୍ୱିତୀୟ ଇନିଂସ ୧୪୫ ରନରେ ଅଲଆଉଟ୍‌ ହୋଇଥିଲା। ଫଳରେ ତାଙ୍କର ମୋଟ ଅଗ୍ରଣୀ ୧୯୧ ରନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri