ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର ୩ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ। ଏହି ନିୟମ ଫେବୃଆରୀ ୧୦ରେ ଅଧିସୂଚିତ ହୋଇଥିବା ବେଳେ ଫେବୃଆରୀ ୨୦ ରୁ ସାରା ଦେଶରେ କାର୍ଯ୍ୟକାରୀ ହେବ।

ଯଦି କୌଣସି ଅଡିଓ, ଭିଡିଓ କିମ୍ବା ଫଟୋ AI ସାହାଯ୍ୟରେ ତିଆରି କରାଯାଇଛି, ତେବେ ପ୍ଲାଟଫର୍ମଗୁଡ଼ିକୁ ସେଥିରେ ସ୍ପଷ୍ଟ ଭାବେ ‘AI Generated’ ଲେବଲ୍ ଲଗାଇବାକୁ ହେବ। ଏହାକୁ ‘ସିନ୍ଥେଟିକାଲି ଜେନେରେଟେଡ୍ ଇନଫର୍ମେସନ୍’ (SGI) ଶ୍ରେଣୀଭୁକ୍ତ କରାଯାଇଛି।

ପୂର୍ବରୁ କୌଣସି କ୍ଷତିକାରକ ପୋଷ୍ଟ ହଟାଇବା ପାଇଁ ୩୬ ଘଣ୍ଟା ସମୟ ମିଳୁଥିବା ବେଳେ, ଏବେ ଏହାକୁ କମାଇ ମାତ୍ର ୩ ଘଣ୍ଟା କରାଯାଇଛି। ସେହିପରି ଅନ୍ୟାନ୍ୟ ଅଭିଯୋଗର ସମାଧାନ ସମୟ ସୀମା ମଧ୍ୟ ୧୫ ଦିନରୁ ୭ ଦିନକୁ ହ୍ରାସ କରାଯାଇଛି।

ବର୍ତ୍ତମାନ ବ୍ୟବହାରକାରୀମାନେ କୌଣସି ବିଷୟବସ୍ତୁ ଅପଲୋଡ୍ କରିବା ସମୟରେ ତାହା AI ଦ୍ୱାରା ପ୍ରସ୍ତୁତ କି ନୁହେଁ, ସେ ନେଇ ଘୋଷଣା କରିବାକୁ ବାଧ୍ୟ। ପ୍ଲାଟଫର୍ମଗୁଡ଼ିକୁ ସ୍ୱୟଂଚାଳିତ ଟୁଲ୍ସ ବ୍ୟବହାର କରି ଏହାର ସତ୍ୟାସତ୍ୟ ଯାଞ୍ଚ କରିବାକୁ ପଡ଼ିବ।

କଣ୍ଟେଣ୍ଟରେ ମେଟାଡାଟା ବା ବିଶେଷ ଚିହ୍ନଟ ପ୍ରକ୍ରିୟା ବ୍ୟବହାର କରାଯିବ, ଯାହାଦ୍ୱାରା ଭ୍ରମାତ୍ମକ ଡିପଫେକ୍ ଭିଡିଓ ପ୍ରକୃତରେ କେଉଁଠୁ ଆରମ୍ଭ ହୋଇଛି ତାହା ଜଣାପଡ଼ିବ। ଏହି ମେଟାଡାଟାକୁ ହଟାଇବା ବା ସେଥିରେ ହେରଫେର୍ କରିବା ନିଷେଧ।

ସରକାର ସ୍ପଷ୍ଟ କରିଛନ୍ତି ଯେ, ଯଦି କୌଣସି ପ୍ଲାଟଫର୍ମ AI କଣ୍ଟେଣ୍ଟର ଚିହ୍ନଟ ଏବଂ ଲେବଲିଂରେ ଅବହେଳା କରନ୍ତି, ତେବେ ସେମାନେ ଆଇନଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ। ଶିଶୁ ଯୌନ ନିର୍ଯାତନା, ଜାଲିଆତି କିମ୍ବା ଅସଦାଚରଣ ପାଇଁ AI ର ବ୍ୟବହାର ହେଲେ, ତାହାକୁ ସାଧାରଣ ଅପରାଧ ଭଳି ବିଚାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?