ବିଶ୍ୱସ୍ତରୀୟ ଇଭି ଉତ୍କର୍ଷ କେନ୍ଦ୍ର ହେବ ଭାରତ

ନୂଆଦିଲ୍ଲୀ,୨୧।୧: ବର୍ତ୍ତମାନର ପରିବେଶ ଓ ବଜାର ଚାହିଦାକୁ ଆଖିଆଗରେ ରଖି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ) ମଧ୍ୟ ଇଲେକ୍‌ଟ୍ରିକ୍‌ ଭେଇକଲ ବା ଇଭି ଉତ୍ପାଦନରେ ମନୋନିବେଶ କରିଛି। ଏପରିକି ଭାରତକୁ ଇଭି ଉପତ୍ାଦନର ଏକ ବିଶ୍ୱସ୍ତରୀୟ ହବ୍‌ ବା ଉତ୍କର୍ଷ କେନ୍ଦ୍ର ଭାବେ ପ୍ରତିଷ୍ଠା କରିବା ପାଇଁ ବ୍ରାଣ୍ଡ ପ୍ରୟାସ ଆରମ୍ଭ କରିଛି ବୋଲି ଏମ୍‌ଏସ୍‌ଆଇଏଲର ଏସ୍‌ଇଓ (ବିକ୍ରି ଏବଂ ବିପଣନ) ପାର୍ଥୋ ବାନାର୍ଜୀ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଏମ୍‌ଏସ୍‌ଆଇଏଲର ପ୍ରଥମ ବ୍ୟାଟେରି ଇଲେକ୍‌ଟ୍ରିକ୍‌ ଭେଇକଲ ବା ବି-ଇଭି ଏସ୍‌ୟୁଭି ‘ଇ ଭିଟାରା’ର ଅନାବରଣ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ-୨୦୨୫ରେ ହୋଇଯାଇଛି। ଏଥିରେ ଅତ୍ୟାଧୁନିକ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ବ୍ୟାପକ ପ୍ରିମିୟମ ସୁବିଧା ଏବଂ ‘ଇ ଫର୍‌ ମି’ ଇକୋ ସଲ୍ୟୁଶନ୍ସର ଫିଚର ଏହି ଯାନର ଚାହିଦା ଓ ଡିଜାଇନ୍‌କୁ ଆକର୍ଷିତ କରାଇଛି। ସେହିଭଳି ଅଲ ନ୍ୟୁ ହାର୍ଟଟେକ୍ଟ-ଇ ପ୍ଲାଟ୍‌ଫର୍ମରେ ନିର୍ମିତ ଏହି ମଡେଲ (ଇ ଭିଟାରା)କୁ ଉନ୍ନତ କାର୍ଯ୍ୟଦକ୍ଷତା ଏବଂ ଉତ୍କୃଷ୍ଟ ପରିସୀମା ପ୍ରଦାନ କରିଥାଏ, ଯେଉଁଥିରେ ଅତୁଳନୀୟ ଆରାମ ଏବଂ ସୁରକ୍ଷା ସୁବିଧା ଅନ୍ତର୍ଭୁକ୍ତ ରହିଛି। ଏପରିକି ନିରାପତ୍ତା ଓ ଜ୍ଞାନକୌଶଳ ଦୃଷ୍ଟିରୁ ଏଥିରେ ୭ଟି ଏୟାର ବ୍ୟାଗ୍‌ ଏବଂ ୨ସ୍ତରୀୟ ଏଡିଏଏସ୍‌ (ଆଡ୍‌ଭାନ୍ସଡ ଡ୍ରାଇଭର ଆସିଷ୍ଟାନ୍ସ ସିଷ୍ଟମ) ସାମିଲ ରହିଛି। ସେହିପରି ଦେଶବ୍ୟାପୀ ନେକ୍ସା ଡିଲରଶିପ୍‌ ମାଧ୍ୟମରେ ଏହି ମଡେଲକୁ ପର୍ଯ୍ୟାୟକ୍ରମେ ରୋଲ୍‌ଆଉଟ ସହ ପ୍ରଦର୍ଶିତ କରାଯିବ। ଏପରିକି ବ୍ରାଣ୍ଡର ସମର୍ପଣ ଭାବକୁ ଦୋହରାଇ ଇ ଭିଟାରା ଜାପାନ ଏବଂ ୟୁରୋପ ଭଳି ବଜାର ସମେତ ୧୦୦ରୁ ଅଧିକ ଦେଶକୁ ମଧ୍ୟ ରପ୍ତାନି କରାଯିବ ବୋଲି ବାନାର୍ଜୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri