Posted inଜାତୀୟ

ଆତ୍ମନିର୍ଭର ହେବ ଭାରତ: ୧୦୧ ପ୍ରତିରକ୍ଷା ଉପକରଣ ଦେଶରେ ହେବ ତିଆରି

ନୂଆଦିଲ୍ଲୀ, ୯।୮: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ବିଦେଶରୁ ଆମଦାନୀ ହେଉଥିବା ୧୦୧ ପ୍ରତିରକ୍ଷା ଉପକରଣ ଉପରେ ରୋକ ଲଗାଯାଇଛି। ଏଣିକି ଏସବୁ ଉପକରଣ ସ୍ବଦେଶୀ ଜ୍ଞାନକୌଶଳରେ ଦେଶରେ ନିର୍ମିତ ହେବ। ଏସମ୍ପର୍କରେ ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ସୂଚନା ଦେଇଛନ୍ତି। ଏସବୁ ଉପକରଣ ମଧ୍ୟରେ ଆସଲ୍ଟ ରାଇଫଲ୍‌, ସୋନାର ସିଷ୍ଟମ୍‌, ପରିବହନକାରୀ ବିମାନ, ଏଲ୍‌ସିଏଚ୍‌ ରାଡ଼ାର ଏବଂ ଅନ୍ୟ ସରଞ୍ଜାମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶ ଅନୁସାରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ରାଜନାଥ କହିଛନ୍ତି। ୨୦୧୫ ଏପ୍ରିଲ୍‌ରୁ ୨୦୨୦ ଅଗଷ୍ଟ ମଧ୍ୟରେ ୨୬୦ଟି ପ୍ରକଳ୍ପ ଅନ୍ତର୍ଗତ ତିନି ସେନାଙ୍କୁ ସାଢ଼େ ୩ ଲକ୍ଷ କୋଟି ଟଙ୍କାର ସରଞ୍ଜାମ ଯୋଗାଇ ଦେବା ପାଇଁ ପ୍ରତିରକ୍ଷା ଉଦ୍ୟୋଗ ଚୁକ୍ତିବଦ୍ଧ ହୋଇଛି। ସେଥିମଧ୍ୟରେ ସ୍ଥଳ ଏବଂ ବାୟୁସେନା ଲାଗି ଲକ୍ଷେ ୩୦ ହଜାର କୋଟି ଏବଂ ନୌସେନା ପାଇଁ ଲକ୍ଷେ ୪୦ ହଜାର କୋଟି ଟଙ୍କାର ଉପକରଣ ରହିଛି। ୨୦୨୦ରୁ ୨୦୨୪ ପର୍ଯ୍ୟନ୍ତ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ରୋକ ଲାଗିବାର ସମ୍ଭାବନା ରହିଛି। ଏହି ଯୋଜନା ଅନ୍ତର୍ଗତ ଆଗାମୀ ଦିନରେ ଘରୋଇ କମ୍ପାନୀଗୁଡ଼ିକୁ ପ୍ରତିରକ୍ଷା ଉପକରଣ ନିର୍ମାଣ ପାଇଁ ୪ ଲକ୍ଷ କୋଟିର ଠିକା ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?